ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ପତ୍ର ସଂଖ୍ୟା ୨୪୫୦୯/ତା୨୯ା୦୮ା୨୦୨୬କୁ ମାନି କାର୍ଯ୍ୟ କରିବା, ଗାଁ ସାଥୀଙ୍କ ଠିକ ଡାଟାବେସକୁ ରାଜ୍ୟକୁ ପଠାଇବା, ପତ୍ର ଅନୁସାରେ ଗାଁସାଥୀଙ୍କୁ ସମସ୍ତ ଜିଓଟ୍ୟାଗ କାର୍ଯ୍ୟରେ ଲଗାଇବା, ବକେୟା ପ୍ରାପ୍ୟ ପ୍ରଦାନ, ପୂର୍ବପରି ଭିବିଜି ରାମଜି ଯୋଜନାରେ ଗାଁସାଥୀଙ୍କ ନାମରେ କାର୍ଯ୍ୟାଦେଶ ପ୍ରଦାନ ଆଦି ଉଲ୍ଲେଖ ରହିଛି। ସପ୍ତାହେ ମଧ୍ୟରେ ଏହି ଦାବିଗୁଡିକୁ ସରକାର ପୂରଣ ନ କଲେ ଆସନ୍ତା ୨୧ରେ ଓଡ଼ିଶା ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜି ଧାରଣାସ୍ଥଳରେ ଗାଁସାଥୀ (ମେଟ) ନିଜ ପରିବାର ସଦସ୍ୟ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଜିଲା ସଂଯୋଜକ ଅଭିମନ୍ୟୁ ବେଶ୍ରାଙ୍କ ନେତୃତ୍ୱରେ ଦାବି ପତ୍ର ପ୍ରଦାନ ସମୟରେ ଜିଲା ଆବାହକ ରୋହିତ କୁମାର ସାହୁ, ଭୁବନ ବାଗ, ଗୌରଚନ୍ଦ୍ର ଗହୀର, ଶ୍ୟାମ ସୁନ୍ଦର ଛତ୍ରିଆ, ନବୀନ ଟୋଲଟିଆ, ବନ ବିହାରୀ ସାହୁ, ଭିକାରୀ କୁମାର ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri