‘ନୂଆ ପ୍ଲାଟ୍‌ଫର୍ମ ସହ ଦର୍ଶକଙ୍କ ଆଦୃତି ପାଇଛି’

ଭୁବନେଶ୍ୱର ,୮।୧୨: ଚଳିତ ବର୍ଷ ଦୀପାବଳି ଅବସରରେ ‘ଜୀ-ସାର୍ଥକ’ ପକ୍ଷରୁ ଆୟୋଜିତ ‘ଦୀପାବଳିରେ ସୁନାର ବର୍ଷା’ ପ୍ରତିଯୋଗିତାର ବିଜେତାମାନଙ୍କୁ ନିକଟରେ ପୁରସ୍କୃତ କରାଯାଇଛି। ଏପରିକି ସ୍ଥାନୀୟ ପାହାଳଠାରେ ଜୀ-ସାର୍ଥକର କର୍ପୋରେଟ ଅଫିସ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଭାଗ୍ୟଶାଳୀ ବିଜେତାମାନେ ପୁରସ୍କାର ଗ୍ରହଣ କରିଛନ୍ତି। ଏପରିକି ମୋଟ ୩୧ ଜଣଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ଜଗତ୍‌ସିଂହପୁରର ଚପଳା ସ୍ବାଇଁ ମେଗା ବିଜୟିନୀ ଭାବେ ମନୋନୀତ ହୋଇ ୧୦ଗ୍ରାମ ଓଜନର ଏକ ସୁନା କଏନ୍‌ ପାଇଛନ୍ତି। ଏହି ପରିପ୍ରେକ୍ଷୀରେ ବିଜେତାମାନେ କହିଛନ୍ତି, ମନୋରଞ୍ଜନ ସହ ଏପରି ପ୍ରତିଯୋଗିତାର ଆୟୋଜନ କରିବା ଦ୍ୱାରା ଜୀ-ସାର୍ଥକ ଦର୍ଶକମାନଙ୍କ ପାଇଁ ଏକ ନୂଆ ପ୍ଲାଟ୍‌ଫର୍ମ ସୃଷ୍ଟି କରିବା ସହ ଆହୁରି ଅଧିକ ଦର୍ଶକଙ୍କ ଆଦୃତ ହୋଇପାରିଛି ଏବଂ ଦର୍ଶକଙ୍କ ମନ ଜିଣିଛି। ଅପରପକ୍ଷରେ ମନୋରଞ୍ଜନର ନୂଆ ନୂଆ ରୂପ ସହ ଆଗାମୀ ଦିନରେ ଜୀ-ସାର୍ଥକ ଏଭଳି ଆହୁରି ଅନେକ ପ୍ରକାର ପ୍ରତିଯୋଗିତା ନେଇ ଆସିବ ବୋଲି ଜୀ-ସାର୍ଥକ ଟିମ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ ।…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri