ଟିପିସିଓଡିଏଲ୍‌ର ନୂଆ ସିଇଓ ଗଜାନନ ଏସ୍‌.କାଲେ

ଭୁବନେଶ୍ୱର, ୩ା୬: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟାଟା ପାଓ୍ବାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ନୂଆ ସିଇଓ ଭାବେ ଗଜାନନ ଏସ୍‌. କାଲେ ଦାୟିତ୍ୱ ନେଇଛନ୍ତି। ସେ ଟାଟା ପାୱାରର ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ବିଜ୍‌ନେସ୍‌ ମୁଖ୍ୟ ଭାବେ ମଧ୍ୟ କାର୍ଯ୍ୟ ତଦାରଖ କରିବେ। ବିଦ୍ୟୁତ୍‌ ସେକ୍ଟରରେ ୩୪ ବର୍ଷରୁ ଅଧିକ ଅଭିଜ୍ଞତା ରଖିଥିବା କାଲେ ବିଦ୍ୟୁତ୍‌ ବିତରଣ ଓ ୟୁଟିଲିଟି ପରିଚାଳନା କ୍ଷେତ୍ରରେ ଗଭୀର ଦକ୍ଷତା ହାସଲ କରିଛନ୍ତି। ସେ ଏନ୍‌ଆଇଟି ନାଗପୁରରୁ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଏବଂ ଆଇଆଇଏମ୍‌ ଅହମ୍ମଦାବାଦରୁ ମ୍ୟାନେଜମେଣ୍ଟ ଡିଗ୍ରୀ ହାସଲ କରିଛନ୍ତି। ନିଜ କାର୍ଯ୍ୟକାଳ ମଧ୍ୟରେ କାଲେ ଟାଟା ପାୱାରର ଡିଷ୍ଟ୍ରିବ୍ୟୁଶନ ବିଜ୍‌ନେସ୍‌ କ୍ଷେତ୍ରରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀ ସମ୍ଭାଳିଛନ୍ତି। ପରିଚାଳନା ଓ ରକ୍ଷଣାବେକ୍ଷଣ, ଗ୍ରାହକ ସେବା, ବାଣିଜ୍ୟ କାରବାର ,ନେଟ୍‌ୱର୍କ ଇଞ୍ଜିନିୟରିଂ, ଇନ୍‌ଭେଣ୍ଟ୍ରି ପରିଚାଳନା ଏବଂ କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ ଭଳି ବିଭିନ୍ନ କ୍ଷେତ୍ରରେ ତାଙ୍କର ବ୍ୟାପକ ଅଭିଜ୍ଞତା ରହିଛି। ଦାୟିତ୍ୱ ନେବା ପୂର୍ବରୁ ସେ ଟିପିଏନ୍‌ଓଡିଏଲ୍‌, ଟିପିଡିଡିଏଲ୍‌, ଟିପିଏଡିଏଲ୍‌ ଏବଂ ଟିପିଡବ୍ଲ୍ୟୁଓଡିଏଲ୍‌ର ସିଇଓ ଭାବେ କାର୍ଯ୍ୟ କରିସାରିଛନ୍ତି। ନିଜ ନିଯୁକ୍ତିକୁ ନେଇ ସେ ଗୌରବାନ୍ବିତ ମନେକରିବା ସହ କର୍ମଚାରୀ ଓ ଅଂଶୀଦାରଙ୍କ ସହଯୋଗରେ ବିଦ୍ୟୁତ୍‌ ବ୍ୟବସ୍ଥାକୁ ମଜଭୁତ କରିବାକୁ ଅଗ୍ରାଧିକାର ଦେବେ ବୋଲି କାଲେ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୁଶୁଡ଼ିଲା କଲଭର୍ଟ, ୨ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋରୁକୋଣ୍ଡା, ୩।୯ (ଅଶୋକ କୁମାର ପରିଡା): ଲଗାଣ ବର୍ଷାରେ ମାଟି ଧସି କଲଭର୍ଟ ଭୁଶୁଡି ପଡ଼ିବାରୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ ଅନ୍ତର୍ଗତ ଏମ୍‌ଭି-୫୧…

ପୁଣି ଦାଦନ ଦୁଖଃ: ଚିକିତ୍ସା ସେବା ନ ପାଇ ଚାଲିଗଲା ଜୀବନ

ଧର୍ମଗଡ଼, ୩ା୯ (ଘାଷିରାମ ଜଗତ): ଅର୍ଥାଭାବରୁ ଚିକିତ୍ସାସେବା ନ ପାଇ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri