ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା ଦୁଇ ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ରାସ୍ତାରୁ ଉଠାଇ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟଚିକିତ୍ସାଳୟକୁ ପଠାଇଥିବାର ଦେଖିବାକୁ ମିଳିଥିଲା ।

ଘଟଣାରୁ ପ୍ରକାଶ ଯେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପାଢୀ ଆଜି ଗୁମ୍ମା ବ୍ଲକରେ ଅନୁଷ୍ଠିତ ହୋଇଥିବା ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ଯୋଗଦେଇ ପାରଳାଖେମୁଣ୍ଡି ଫେରୁଥିଲେ । ହେଲେ ପାର୍ଶମ୍ବା ଗ୍ରାମ ନିକଟ ମୁଖ୍ୟ ରାସ୍ତାରେ ଦୁଇ ବାଇକ ମଧ୍ୟରେ ଦୁର୍ଘଟଣା ଘଟି ଉଭୟ ବାଇକ ଚାଳକ ମାନେ ଗୁରୁତର ହୋଇପଡିଥିଲେ । ଇତି ମଧ୍ୟରେ ସିଡିଏମ୍ଓ ଏହି ଦୁର୍ଘଟଣାକୁ ଦେଖି ଅଟକି ଯାଇ ତୁରନ୍ତ ଆହତଙ୍କ ସ୍ବାସ୍ଥ୍ୟ ଅବସ୍ଥା ଘଟଣାସ୍ଥଳରେ ହିଁ ଦେଖିବା ସହ ଆମ୍ବୁଲାନ୍ସକୁ ଖବର ଦେଇଥିଲେ । କିଛି ସମୟ ମଧ୍ୟରେ ଆମ୍ବୁଲାନ୍ସ ପହଞ୍ଚି ଉଭୟ ଗୁରୁତରଙ୍କୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସା ନିମନ୍ତେ ନେଇଯାଇଥିଲେ । ଏହାପରେ ମଧ୍ୟ ସିଡିଏମ୍ଓ ଖୋଦ୍ ଏହି ଆହତଙ୍କ ସ୍ବାସ୍ଥ୍ୟ ଅବସ୍ଥା ସମ୍ପର୍କରେ ତଦାରଖ କରୁଛନ୍ତି । ତେବେ ଦୁର୍ଘଟଣାରେ ଉଭୟ ଆହତଙ୍କ ନାମ ଠିକଣା ଏବଂ ଦୁର୍ଘଟଣାର କାରଣ ଜଣାପଡିନଥିବା ବେଳେ ସିଡିଏମ୍ଓଙ୍କ ଏପରି ମହାନୀୟତାକୁ ନେଇ ଚାରିଆଡେ ପ୍ରଶଂସା କରାଯାଉଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri