ଗଜପତି ଜିଲା ବାଲ୍ୟବିବାହମୁକ୍ତ

ପାରଳାଖେମୁଣ୍ଡି, ୧୬ା୨(ଡି.ଏନ୍‌.ଏ): ଗଜପତି ଜିଲାକୁ ବାଲ୍ୟବିବାହ ମୁକ୍ତ ଘୋଷଣା କରାଯାଇଛି।
ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତା, ଆରକ୍ଷୀ ଅଧୀକ୍ଷକ ସ୍ବାତୀ ଏସ. କୁମାର ଓ ଅତିରିକ୍ତ ଜିଲାପାଳ ସଂଗ୍ରାମ ଶେଖର ପଣ୍ଡାଙ୍କ ଉପସ୍ଥିତିରେରେ ଜିଲାକୁ ବାଲ୍ୟବିବାହ ମୁକ୍ତ ଘୋଷଣା କରାଯାଇଛି।
ଗୁରୁବାର ସୁଦ୍ଧା ଗ୍ରାମାଞ୍ଚଳରେ ଥିବା ୧୪୯ଟି ପଞ୍ଚାୟତ, ୧୫୩୪ଟି ରାଜସ୍ବ ଗ୍ରାମ, ୧୭୬ଟି ପଡ଼ାକୁ ବାଲ୍ୟବିବାହମୁକ୍ତ ଘୋଷଣା କରିବା ସହ ଜିଲାରେ ଥିବା ପାରଳାଖେମୁଣ୍ଡି ପୌରପାଳିକାର ୧୬ଟି ୱାର୍ଡ଼ ଏବଂ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦର ୧୩ଟି ୱାର୍ଡ଼କୁ ମଧ୍ୟ ବାଲ୍ୟବିବାହ ମୁକ୍ତ ଘୋଷଣା କରାଯାଇଛି। ଏହି କାର୍ଯ୍ୟକ୍ରମକୁ ଜିଲା ପ୍ରଶାସନ ପ୍ରାୟ ଦେଢ଼ବର୍ଷ ତଳେ ହାତକୁ ନେଇଥିଲା, ଯାହାକି ୭ ଟି ପର୍ଯ୍ୟାୟରେ ଯଥା ୭ଟି ଜିଲାସ୍ତରୀୟ ‘ଶିଶୁ ପାଇଁ ଦିନଟିଏ’ କାର୍ଯ୍ୟକ୍ରମରେ ହୋଇଥିବା ନିଷ୍ପତ୍ତି କ୍ରମେ ସମସ୍ତ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳକୁ ବାଲ୍ୟବିବାହମୁକ୍ତ ଘୋଷଣା କରାଯାଇଛି। ବାଲ୍ୟବିବାହମୁକ୍ତ କରିବାରେ ପ୍ରଶାସନ ତରଫରୁ ନିଆଯାଇଥିତ୍ବା ପ୍ରମୁଖ କାର୍ଯ୍ୟଗୁଡିକ ହେଲା ନିର୍ଦ୍ଦିଷ୍ଟ କାର୍ଯ୍ୟକ୍ରମ ‘ପ୍ରତିଜ୍ଞା’ ଦ୍ବାରା ଝିଅମାନଙ୍କୁ ବାଲ୍ୟବିବାହ ପରି କୁପ୍ରଥାକୁ ଦୂରେଇବା, ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ନିୟମିତ କରିବା, ପଞ୍ଚାୟତରାଜ ଅନୁଷ୍ଠାନର ପ୍ରତିନିଧିମାନଙ୍କୁ ଏହି କାର୍ଯ୍ୟରେ ଅନ୍ତର୍ଭୁକ୍ତ କରିବା, ଜିଲାରେ ବସବାସ କରୁଥିବା ବିଭିନ୍ନ ଧର୍ମ, ଜାତି ଏବଂ ସମାଜର ନେତୃବୃନ୍ଦଙ୍କୁ ବାଲ୍ୟବିବାହକୁ ଦୂର କରିବା ପାଇଁ ପ୍ରବର୍ତ୍ତାଇବା, ବିଭିନ୍ନ କାର୍ଯ୍ୟକ୍ରମରେ ଜନସାଧାରଣଙ୍କୁ ବାଲ୍ୟବିବାହ ବିରୋଧରେ ଶପଥ ପାଠ କରାଇବା, ବାଲ୍ୟବିବାହ ବିରୋଧରେ କାର୍ଯ୍ୟ କରୁଥିବା ବିଭିନ୍ନ ଅନୁଷ୍ଠାନର ବ୍ୟକ୍ତି ବିଶେଷଙ୍କୁ ପୁରସ୍କୃତ କରିବା ଆଦି ଅନ୍ତର୍ଭୁକ୍ତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri