Posted inଗଜପତି

ଗଜପତି ଅବକାରୀ ଏସ୍‌ଆଇଙ୍କ ୪ ପଦକ ହାସଲ

ପାରଳାଖେମୁଣ୍ଡି,୧୬।୫(ଡି.ଏନ୍‌.ଏ.): କର୍ନାଟକର ବେଙ୍ଗଲୁରୁଠାରେ ଅନୁଷ୍ଠିତ ପ୍ରଥମ ଜାତୀୟ ପ୍ୟାନ ଇଣ୍ଡିଆ ମାଷ୍ଟର ଗେମ୍ସରେ ଗଜପତି ଜିଲା ଅବକାରୀ ବିଭାଗର ଏସ୍‌ଆଇ କିଶୋର ଚନ୍ଦ୍ର ରଥ ଭାଗ ନେଇ ୪ ପଦକ ହାସଲ କରିଛନ୍ତି। ସେ ସ୍ବର୍ଣ୍ଣ ପଦକ ସହ ଗୋଟିଏ ରୌପ୍ୟ ଏବଂ ୨ଟି କାଂସ୍ୟ ପଦକ ଏପରି ମୋଟ ୪ ପଦକ ହାସଲ କରିଛନ୍ତି। ୧୦୦ ମିଟର ରାଲି ରେସ୍‌ରେ ସ୍ବର୍ଣ୍ଣ ପଦକ ହାସଲ କରି ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ଟ୍ରିପଲ ଜମ୍ପ୍‌ରେ ରୌପ୍ୟ ପଦକ ପାଇ ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। ସେହିପରି ଲଙ୍ଗ୍‌ଜମ୍ପ୍‌ ଓ ହାଇଜମ୍ପ୍‌ରେ ପୃଥକ୍‌ ଭାବେ ୨ କାଂସ୍ୟ ପଦକ ହାସଲ କରି ତୃତୀୟ ସ୍ଥାନ ହାସଲ କରିଥିଲେ। ଏହି ମାଷ୍ଟର ଗେମ୍ସରେ ଦେଶର ୨ ହଜାରରୁ ଊର୍ଦ୍ଧ୍ୱ ଖେଳାଳି ଭାଗ ନେଇଥିବାବେଳେ ଓଡ଼ିଶାରୁ ୨୪ଜଣ ଭାଗ ନେଇଛନ୍ତି। ସୂଚନାଯୋଗ୍ୟ, ଏସ୍‌ଆଇ ରଥ ପିଲାଦିନରୁ ସମସ୍ତ ଖେଳ ଖେଳିବା ସହ ଦୌଡ଼ କୁଦରେ ବେଶ ସୁନାମ ଅର୍ଜନ କରିଥିଲେ। ସେହିପରି ନିଜ କର୍ମକ୍ଷେତ୍ରରେ ସୁଚାରୁ ରୂପେ ଦାୟିତ୍ୱ ତୁଲାଇବା ସହ ଖେଳକୁଦ ପାଇଁ ସମୟ ବାହାର କରିନିଅନ୍ତି ଏବଂ ବିଭିନ୍ନ ଜାତୀୟସ୍ତରର ପ୍ରତିଯୋଗିତାରେ ଭାଗ ନେଇ ଜିଲା ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ସେ ବହୁ ଜାତୀୟସ୍ତରର ଖେଳକୁଦ ପ୍ରତିଯୋଗିତାରେ ଭାଗ ନେଇ ବହୁ ବାର ପୁରସ୍କୃତ ହୋଇଥିବା ନଜିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri