ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି। ଥାଇଲାଣ୍ଡରେ ଆୟୋଜିତ ଏହି ପ୍ରତିଯୋଗିତାରେ ସେ ନିଜ ପ୍ରତିଭାର ପରିଚୟ ଦେଇଛନ୍ତି। ପାରଳାଖେମୁଣ୍ଡି ଚିତ୍ରକାର ସାହିର ବାସିନ୍ଦା ଭାସ୍କର ପାଣିଗ୍ରାହୀଙ୍କ ଝିଅ ସ୍ବାଗତିକା ମୁମ୍ବାଇ ଗ୍ଲୋବାଲ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାରେ ଓଡ଼ିଶାର ଏକମାତ୍ର ପ୍ରତିନିଧି ଭାବେ ଭାଗ ନେଇଥିଲେ। ବୁଧବାର ବିଜୟୀ ହେବା ପରେ ବଲିଉଡ୍‌ର ଅଭିନେତା ସୁରିନ୍ଦର ପାଲ ସିଂହ ତାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ ୨୦୨୬’ ସମ୍ମାନରେ ସମ୍ମାନିତ କରିଥିଲେ। ଏହାପୂର୍ବରୁ ସ୍ବାଗତିକା ୨୦୨୫ରେ ‘ମିସେସ୍‌ ଇଣ୍ଡିଆ ପ୍ରାଇଡ୍‌ ଅଫ୍‌ ନେଶନ’ ପ୍ରତିଯୋଗିତାରେ ‘ଗୁଡ୍‌ ୱିଲ ଆମ୍ବାସାଡର’ ସମ୍ମାନ ହାସଲ କରି ଏସିଆ ମଞ୍ଚରେ ପ୍ରବେଶ କରିଥିଲେ। ଇଞ୍ଜିନିୟରିଂରେ ଡିଗ୍ରୀ ହାସଲ ପରେ ରୁର୍‌କିରେ ଉଚ୍ଚଶିକ୍ଷା ଶେଷ କରି ବର୍ତ୍ତମାନ ସେ ବେଙ୍ଗାଲୁରୁସ୍ଥିତ ଏକ ବହୁରାଷ୍ଟ୍ରୀୟ ଅଟୋମୋବାଇଲ କମ୍ପାନୀରେ ଆସୋସିଏଟ୍‌ ଟେକ୍ନିକାଲ ପ୍ରୋଜେକ୍ଟ ମ୍ୟାନେଜର ଭାବେ କାର୍ଯ୍ୟରତ ଅଛନ୍ତି। ବୃତ୍ତିଗତ ସଫଳତା ସହ ସେ ସମାଜସେବା କ୍ଷେତ୍ରରେ ମଧ୍ୟ ସକ୍ରିୟ ରହିଛନ୍ତି। ସ୍ବାଗତିକାଙ୍କ ଏହି ସଫଳତାକୁ ନେଇ ଗଜପତି ଜିଲାରେ ଖୁସିର ଲହରି ଖେଳିଯାଇଛି। ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛା ମିଳିବାରେ ଲାଗିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

ଗୋଟିଏ ଦିନର ବ୍ରାଣ୍ଡ ପ୍ରମୋସନ ପାଇଁ ବୈଭବ ସୂର୍ଯ୍ୟବଂଶୀ ନିଅନ୍ତି କେତେ ଟଙ୍କା? ପରିମାଣ ଶୁଣଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୯: ୧୫ ବର୍ଷୀୟ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରି ବୈଭବ ନିଜ ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?