ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି

ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍‌.ଏ.): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି। ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡ଼ିଛି ସାଧାରଣ ଜନଜୀବନ। ଗ୍ରୀଷ୍ମ ପ୍ରବାହ ଯୋଗୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ। ଗଜପତି ଜିଲା ଏମିତି ଏକ ଭୌଗୋଳିକ ସ୍ଥିତିରେ ଅବସ୍ଥିତ, ଯଦ୍ଦ୍ବାରା ସମସ୍ତ ଋତୁର ପ୍ରଭାବ ଏଠି ସମାନ ଭାବରେ ପଡେ। ତେଣୁ ଏଠି ପ୍ରତ୍ୟେକ ବର୍ଷ ମୁଣ୍ତଫଟା ଖରା ଅନୁଭୂତ ହୁଏ।
ଗତ ଏକ ସପ୍ତାହ ହେଲା ପାରଳାଖେମୁଣ୍ଡି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି । ଖରା ତାତିରୁ ରକ୍ଷା ପାଇବା ପାଇଁ କିଏ ମୁଣ୍ଡରେ ଟୋପି, ଗାମୁଛା ପିନ୍ଧୁଛି ତ ଆଉ କିଏ କଳା ଚଷମା ବ୍ୟବହାର କରୁଛି। କିଏ ଆଖୁ ରସ, ତରଭୁଜ ଓ ଲସି ପିଇ ଖରାର ସାମ୍ନା କରୁଛନ୍ତି। ଗରମ ଯୋଗୁ ଏଠାରେ ଥଣ୍ଡା ପାନୀୟର ବ୍ୟବହାର ବୃଦ୍ଧି ପାଇଛି। ଥଣ୍ଡା ଦୋକାନରେ ଲୋକଙ୍କ ଭିଡ଼ ଜମୁଛି। ଅତ୍ୟଧିକ ଗରମ ଲୋକଙ୍କୁ କଲବଲ କରୁଥିବା ବେଳେ ଅଘୋଷିତ ବିଜୁଳି କାଟ୍‌ ଲୋକଙ୍କ ସମସ୍ୟାକୁ ଦ୍ବିଗୁଣିତ କରିଛି। ଏଭଳି ମୁଣ୍ଡଫଟା ଗରମରେ ଜିଲା ପ୍ରଶାସନ ତଥା ପୋଲିସ ପ୍ରଶାସନ ପକ୍ଷରୁ ଖୋଲାଯାଇଥିବା ଜଳଛତ୍ର ଯାତ୍ରୀଙ୍କ ତଣ୍ଟି ଓଦା କରୁଛି ବୋଲି କହିଛନ୍ତି ସାଧାରଣ ଲୋକ । ଦିନ ୧୧ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଜିଲାରେ ଅଧିକାଂଶ ଦୋକାନ ବଜାର ବନ୍ଦ ରହୁଥିବା ବେଳେ ରାସ୍ତାଘାଟ ଶୂନ୍‌ଶାନ ରହୁଛି। ତେବେ ଅଂଶୁଘାତର ମୁକାବିଲା ପାଇଁ ଜିଲା ପ୍ରଶାସନ ସଜାଗ ରହିଥିବା ବେଳେ ଜିଲା ଚିକିତ୍ସାଳୟରେ ଏଥିପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପି କେ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?