ଗଜପତି ମୋ’ ପାଇଁ ସ୍ବତନ୍ତ୍ର: ନବୀନ

ଭୁବନେଶ୍ୱର (ବ୍ୟୁରୋ)/ପାରଳାଖେମୁଣ୍ଡି (ଡି.ଏନ୍‌.ଏ.)୫। ୧୦:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଗଜପତି ଜିଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗଜପତି ଜିଲା ସହ ବିଜୁବାବୁଙ୍କର ସମ୍ପର୍କ ବିଷୟରେ ସମସ୍ତେ ଜାଣନ୍ତି। ଗଜପତି ଜିଲା ତାଙ୍କ ପାଇଁ ସ୍ବତନ୍ତ୍ର ଗୁରୁତ୍ୱ ବହନ କରେ। ଗଜପତିରେ ସ୍ମାର୍ଟ ହେଲ୍‌ଥ କାର୍ଡ ଆରମ୍ଭ କରି ସେ ବହୁତ ଖୁସି ବୋଲି କହିଛନ୍ତି। ଗଜପତି ହେଉଛି କଳା ଓ ସଂସ୍କୃତିର ଭୂମି। ଛୋଟିଆ ଜିଲା ହେଲେ ମଧ୍ୟ ଆଧୁନିକ ଓଡ଼ିଶା ପାଇଁ ଗଜପତିର ଅବଦାନ ବହୁତ ବେଶି। ଏହି ଅବସରରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କୁ ମନେପକାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ତାଙ୍କ ଅବଦାନକୁ ଏ ଜାତି କେବେ ଭୁଲି ପାରିବ ନାହିଁ। ସେ ଥିଲେ ବିକାଶ ଓ ସ୍ବାଭିମାନର ପ୍ରତୀକ। ସେହିପରି କବି ଗୋପାଳ କୃଷ୍ଣ ପଟ୍ଟନାୟକ ତଥା ବିଶିଷ୍ଟ ଐତିହାସିକ ସତ୍ୟନାରାୟଣ ରାଜଗୁରୁଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଗଜପତି ଜିଲା ପାଇଁ ମୁଖ୍ୟମନ୍ତ୍ରୀ ରାସ୍ତାଘାଟ, ଶିକ୍ଷା, ସ୍ବାସ୍ଥ୍ୟ ଭିତ୍ତିଭୂମି ସହିତ ମେଗା ପାଇପ ଜଳ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିସହିତ ମହେନ୍ଦ୍ରଗିରି ତୀର୍ଥର ବିକାଶ ପାଇଁ ମଧ୍ୟ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢ଼ା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ବଡ଼ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ। ପ୍ରତିଟି ଜୀବନ ମୂଲ୍ୟବାନ୍‌। ଚାଷୀ ହେଉ ବା ମୂଲିଆ ଅବା ରିକ୍ସାଚାଳକ ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗଜପତି ଜିଲାରେ ୪,୯୭,୫୦୧ ହିତାଧିକାରୀ ସ୍ମାର୍ଟ ହେଲ୍‌ଥ କାର୍ଡ ଜରିଆରେ ଉପକୃତ ହେବେ ବୋଲି ଜଣାପଡିଛି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗଜପତିରେ ୭୯୬.୧୯ କୋଟିର ବୃହତ୍‌ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ସମେତ ୮୨୦ କୋଟି ଟଙ୍କାର ଅନ୍ୟାନ୍ୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।
ସୂଚନାଯୋଗ୍ୟ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟ ସରକାରଙ୍କ ଏକ ଫ୍ଲାଗ ଶିପ୍‌ କାର୍ଯ୍ୟକ୍ରମ। ଅଗଷ୍ଟ ୨୦ରେ ମୁଖ୍ୟମନ୍ତ୍ରୀ ମାଲକାନଗିରିରେ ଏହାର ଶୁଭାରମ୍ଭ କରିଥିଲେ। ଏହାପରେ ସୁନ୍ଦରଗଡ଼, ବଲାଙ୍ଗୀରରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରିବା ପରେ ଗଜପତିରେ ମଧ୍ୟ ଏହା ଆରମ୍ଭ ହୋଇଛି।
ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ଶିଳ୍ପ ଓ ଶକ୍ତି ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ଏମ୍‌ପି ଚନ୍ଦ୍ରଶେଖର ସାହୁ ଏବଂ ବିଧାୟକମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri