Posted inଗଜପତି

ଗଜପତି ରାଜାଙ୍କ ଜମି ଜବରଦଖଲ ଅଭିଯୋଗ

ପାରଳାଖେମୁଣ୍ଡି,୬।୩: ଗଜପତି ଜିଲା ସଦର ମହକୁମାରେ ଥିବା ଗଜପତି ରାଜାଙ୍କ ଜମି ଜବରଦଖଲ ହୋଇଥିବା ଅଭିଯୋଗ ହୋଇଛି। ମହାରାଜାଙ୍କର ଗୁମ୍ମା ତହସିଲ ଅନ୍ତର୍ଗତ ବେତଗୁଡାରେ ଥିବା ଜମି ଓ କେତେକ ସରକାରୀ ଜମି ଜଣେ କମାଣ୍ଡାଣ୍ଟ ମାଡ଼ି ବସିଥିବା ଅଭିଯୋଗ ହୋଇଛି। ପାରଳାଖେମୁଣ୍ଡି ତୃତୀୟ ବାଟାଲିୟନର ଜଣେ ଡେପୁଟି କମାଣ୍ଡାଣ୍ଟଙ୍କ ବିରୋଧରେ ଏହି ଅଭିଯୋଗ ଆସିଛି। ଗୁମ୍ମା ଏବଂ ପାରଳାଖେମୁଣ୍ଡି ତହସିଲଦାରଙ୍କ ମିଳିତ ସହଯୋଗରେ ରାଜଜେମା କଲ୍ୟାଣୀ ଦେବୀ ନିଜେ ଉପସ୍ଥିତ ରହି ରାଜପରିବାର କର୍ମଚାରୀଙ୍କ ସହାୟତାରେ ଶୁକ୍ରବାର ଜବରଦଖଲ ଜମିରୁ ଉଚ୍ଛେଦ କରିଛନ୍ତି। ଡେପୁଟି କମାଣ୍ଡାଣ୍ଟ ସେହି ଅଞ୍ଚଳ ବେସରକାରୀ ଜମି ଜାଣି ମଧ୍ୟ ସେଠାରେ ଫୁଲ ଓ ଫଳ ବଗିଚା ସହ ରେସ୍‌ ଅଫିସ ଚଳାଇ ଆସୁଥିଲେ। ରାଜଜେମା ଓ ତାଙ୍କ ସହକର୍ମୀ ବାରମ୍ବାର ଅନୁରୋଧ କରିବା ପରେ ଜମି ହସ୍ତାନ୍ତର ନ କରିବାରୁ ରାଜଜେମା କଲ୍ୟାଣୀ ଦେବୀ ଉକ୍ତ ଜମିକୁ ନିଜ ଅକ୍ତିଆରକୁ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri