Posted inଗଜପତି

ଗଜପତିରେ ପେଟ୍ରୋଲ ଡିଜେଲ ଅଭାବ

ପାରଳାଖେମୁଣ୍ଡି,୨୩ା୬(ଡି.ଏନ୍‌.ଏ.)- ଗଜପତି ଜିଲାର ବିଭିନ୍ନ ସ୍ଥାନରେ ପେଟ୍ରୋଲ ଡିଜେଲର ଅଭାବ ପରିଲିକ୍ଷିତ ହେଉଛି। ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହର ବ୍ୟତୀତ ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଥିବା ପେଟ୍ରୋଲ ପମ୍ପ ଗୁଡିକ ଦିନେ ଖୋଲିଲେ ଦୁଇ ଦିନ ବନ୍ଦ ରହୁଛି । ଜିଲା ସଦର ମହକୁମାଠାରେ ଥିବା ଏସାର ପେଟ୍ରୋଲ ପମ୍ପଠାରେ ଲଗାଦାର ୪ଦିନ ଧରି ବନ୍ଦ ରହିଥିବା ବେଳେ କାଶୀନଗର ବ୍ଲକର ଦେବଦଳାଠାରେ ଥିବା ପେଟ୍ରୋଲପମ୍ପ ବୁଧବାରରୁ ବନ୍ଦ ଥିବାର ଜଣାପଡିଛି। ସେହିପରି ହାଡୁଭାଙ୍ଗି ଗ୍ରାମଠାରେ ଥିବା ପେଟ୍ରୋଲ ପମ୍ପ ୨ଦିନ ଧରି ବନ୍ଦ ଥିବା ବେଳେ ଆଜି ପୁଣି ଖୋଲିଥିବାର ଦେଖିବାକୁ ମିଳିଛି । ଏପରି ଭାବେ ବିଭିନ୍ନ ସ୍ଥାନରେ ଥିବା ପେଟ୍ରୋଲପମ୍ପ ଗୁଡିକ ଦିନେ ଖୋଲିଲେ ଦୁଇ ଦିନ ବନ୍ଦ ହୋଇପଡୁଛି । ଫଳରେ ଉପଭକ୍ତା ତଥା ଯାତ୍ରୀବାହୀ ଗାଡିଗୁଡିକ ନାନାଦି ସମସ୍ୟାର ସମ୍ମୁଖୀନ ହେଉଥିବାର ଦେଖାଦେଇଛି। ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷ ମୁହଁ ଖୋଲୁନଥିବା ବେଳେ ପେଟ୍ରୋଲ ପମ୍ପ ମାଲିକମାନେ କୌଣସି ସ୍ପଷ୍ଟ ଉତ୍ତର ରଖୁନାହାନ୍ତି। ତେଣୁ ଏହାର ପ୍ରତିକାର ପାଇଁ ସରକାର ତଥା ପ୍ରଶାସନର ତୁରନ୍ତ ହସ୍ତକ୍ଷେପ ଲୋଡିଛନ୍ତି ନିର୍ଭରକାରୀମାନେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ଜିଲାର ସଂସ୍କୃତି ପରମ୍ପରା ପାଳନରେ ବିଭାଗର ଖାମଖିଆଲି ମନୋଭାବ: ଓଡ଼ିଶାର ବରପୁତ୍ରଙ୍କୁ ଅଣଦେଖା

ପାରଳାଖେମୁଣ୍ଡି,୨ା୪(ଗିରିଧାରୀ ପରିଚ୍ଛା): ଓଡ଼ିଶା ଦିବସରେ ଓଡ଼ିଶାର ନିର୍ମାତାଙ୍କ ମାଟିରେ ଅପମାନ ଓ ଅବହେଳା ପରିଲକ୍ଷିତ ହୋଇଛି। ଓଡ଼ିଶା ଦିବସ ପାଳନରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ବରିଷ୍ଠ ବ୍ୟକ୍ତିମାନଙ୍କୁ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri