ଇସ୍କନ୍‌ର ଅଦିନିଆ ରଥଯାତ୍ରା: ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ):ବାରମ୍ବାର ବାରଣ ଏବଂ ଅନୁରୋଧ କରିବା ପରେ ବି ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ୍‌। ବିଦେଶରେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା ଏବଂ ସ୍ନାନଯାତ୍ରା ଆୟୋଜନ କରୁଛି। ଏହା ଶାସ୍ତ୍ର ଓ ପରମ୍ପରାର ସମ୍ପୂର୍ଣ୍ଣ ବିରୋଧ କରିବା ସହ ବହୁ କୋଟି ଜଗନ୍ନାଥପ୍ରେମୀ ଭକ୍ତଙ୍କ ଭାବାବେଗକୁ ଆଘାତ ଦେଉଛି। ଇସ୍କନ୍‌ କର୍ତ୍ତୃପକ୍ଷ ବାରମ୍ବାର ଏଭଳି ଅବମାନନାକରି ଅଦିନରେ ରଥଯାତ୍ରା କରୁଥିବା ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ଗଜପତି ମହାରାଜ ଦିବ୍ୟସିଂହ ଦେବ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି।
ଉକ୍ତ ପତ୍ରରେ ଗଜପତି ଉଲ୍ଲେଖ କରିଛନ୍ତି, ଅଦିନିଆ ରଥଯାତ୍ରାକୁ ନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଓ ଇସ୍କନ୍‌ ମଧ୍ୟରେ ଦୀର୍ଘବର୍ଷ ଧରି ଆଲୋଚନା ହୋଇଥିଲା। ଇସ୍କନ୍‌ର ଗଭର୍ନିଂ ବଡି କମିଶନ ଅଧ୍ୟକ୍ଷ ୨୦୨୫ ଅକ୍ଟୋବର ୧୯ରେ ଏକ ପତ୍ର ମାଧ୍ୟମରେ ଜଣାଇଥିଲେ ଯେ ଭାରତ ମଧ୍ୟରେ ଇସ୍କନ୍‌ ଶାସ୍ତ୍ର ଓ ପରମ୍ପରା ଅନୁଯାୟୀ ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିଠାରୁ ଆରମ୍ଭ ହେଉଥିବା ୯ଦିନିଆ ରଥଯାତ୍ରା ପାଳନ କରିବ। ମାତ୍ର ଭାରତ ବାହାରେ ସେମାନେ ବର୍ଷର ବିଭିନ୍ନ ସମୟରେ ରଥଯାତ୍ରା ପାଳନ ଜାରି ରଖିବେ। ସେହିପରି ଇସ୍କନ୍‌ ଅଧ୍ୟକ୍ଷ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରାକୁ ବିଶ୍ୱର ସମସ୍ତ ଇସ୍କନ୍‌ ମନ୍ଦିରରେ ଶାସ୍ତ୍ର ଓ ପରମ୍ପରା ଅନୁଯାୟୀ କେବଳ ଜ୍ୟେଷ୍ଠ ପୂର୍ଣ୍ଣିମା ତିଥିରେ ପାଳନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ତେବେ ଚଳିତ ବର୍ଷରେ ଇସ୍କନ୍‌ ବିଶ୍ୱର ୭୦ରୁ ଅଧିକ ସହରରେ ଶାସ୍ତ୍ର ଓ ପରମ୍ପରାରେ ନିର୍ଦ୍ଦିଷ୍ଟ ନ ଥିବା ତାରିଖରେ ରଥଯାତ୍ରା ପାଳନ କରୁଥିବା ଦେଖାଯାଇଛି। ସେହିପରି ବିଭିନ୍ନ ଦେଶର ଅନ୍ତତଃ ୧୦ଟି ସହରରେ ଜ୍ୟେଷ୍ଠ ପୂର୍ଣ୍ଣିମା ବ୍ୟତୀତ ଅନ୍ୟ ତାରିଖରେ ସ୍ନାନଯାତ୍ରା ପାଳନ କରାଯାଇଛି। ତେଣୁ ଏଭଳି ଏକ ସମ୍ବେଦନଶୀଳ ଏବଂ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ରାଷ୍ଟ୍ରପତି ହସ୍ତକ୍ଷେପ କରିବା ପାଇଁ ଗଜପତି ଅନୁରୋଧ କରିଛନ୍ତି। ୨୦୨୫ ଅକ୍ଟୋବର ୨୪ରେ ଗଜପତି ମହାରାଜ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଏକ ପତ୍ର ମାଧ୍ୟମରେ ଏହି ପ୍ରସଙ୍ଗରେ ଅବଗତ କରାଇଥିଲେ। ତେବେ ସ୍ଥିତିରେ କୌଣସି ସୁଧାର ନ ଆସିବାରୁ ପୁନର୍ବାର ରାଷ୍ଟ୍ରପତିଙ୍କୁ ପତ୍ର ଲେଖିଥିବା ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri