କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ ତଣ୍ଟି ଚିପି ନିଜ ଧର୍ମପତ୍ନୀଙ୍କୁ ହତ୍ୟା କରିବା ଘଟଣା । ସମ୍ବେଦନଶୀଳ ମାମଲାର ଶୁଣାଣି କରି ଆଜି ଗଜପତି ଜିଲା ଅତିରିକ୍ତ ଜିଲା ସେସନ ଜଜ ବିଭୁ ପ୍ରସାଦ ପଣ୍ଡା ଭାରତୀୟ ପିଙ୍ଗଳ କୋଡ଼ର ଧାରା ୩୦୨ରେ ରାୟ ଶୁଣାଇଛନ୍ତି । ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲାର ଜାଡ଼ିୱାଡା ଗ୍ରାମ ନିବାସୀ ତଥା ଗୁରାଣ୍ଡି ଥାନା ଅନ୍ତର୍ଗତ ମାଛମରାରେ ବର୍ତ୍ତମାନ ବସବାସ କରୁଥିବା ଅଭିଯୁକ୍ତ ରେଗାଟି ଧନୁଞ୍ଜୟ ଓରଫ ରକୋଟି ଧନୁଞ୍ଜୟ (୩୮ବର୍ଷ)ଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନାର ସଜା ଶୁଣାଇଛନ୍ତି ।

ତେବେ ଜରିମାନା ଅନାଦେୟ କଲେ ଆହୁରି ଛଅ ମାସ ସଶ୍ରମ ଜେଲଦଣ୍ଡ ଭୋଗ କରିବାକୁ ପଡିବ ବୋଲି ନ୍ୟାୟାଧୀଶ ନିଜର ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ଘରୋଇ ଅତ୍ୟାଚାର ପାଇଁ ରହିଥିବା ଭାରତୀୟ ପିଙ୍ଗଳ କୋଡ଼ର ଧାରା ୪୯୮(କ)ରେ ଉକ୍ତ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୩ବର୍ଷର ସଶ୍ରମ କାରାଦଣ୍ଡ ସହ ୫ହଜାର ଟଙ୍କା ଜୋରିମାନା ସଜା ଶୁଣାଇଛନ୍ତି ତଥା ଜରିମାନା ଅନାଦେୟ ଆହୁରି ତିନି ମାସ ସଶ୍ରମ ଜେଲଦଣ୍ଡ ଭୋଗ କରିବାକୁ ପଡିବ ବୋଲି ରାୟରେ ଉଲ୍ଲେଖ କରିଛନ୍ତି । ଏତଦବ୍ୟତୀତ ଯୌତୁକ ଦାବିକୁ ନେଇ ଉଦ୍ଦିଷ୍ଟ ଧାରା ୪ରେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୨ବର୍ଷର ସଶ୍ରମ କାରାଦଣ୍ଡ ସହ ୨ହଜାର ଟଙ୍କା ଜରିମାନା ସଜା ଶୁଣାଇଛନ୍ତି ତଥା ଜରିମାନା ଅନାଦେୟ ଆହୁରି ଦୁଇ ମାସ ସଶ୍ରମ ଜେଲଦଣ୍ଡ ଭୋଗ କରିବାକୁ ପଡିବ ବୋଲି କୁହାଯାଇଛି । ସରକାରଙ୍କ ପକ୍ଷରୁ ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ସରୋଜ କୁମାର ରଥ ଏହି ମାମଲାର ସଫଳ ପରିଚାଳନା କରିଥିବାର ଖବର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ରାଜେଶ କୁମାର ମିଶ୍ର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ଗତ ୨୦୧୮ମସିହା ଏପ୍ରିଲ ମାସରେ ହିନ୍ଦୁ ରୀତିନୀତି ଅନୁଯାୟୀ ଅଭିଯୁକ୍ତଙ୍କର ମୃତକ ରେଗାଟି ପେଣ୍ଟମ୍ମା (୨୦ବର୍ଷ)ଙ୍କ ଜାଡ଼ିୱାଡା ଗ୍ରାମରେ ବିବାହ ହୋଇଥିଲା। କିଛି ଦିନ ଭଲରେ ରହିବା ପରେ ଅଭିଯୁକ୍ତଜଣଙ୍କ ପଲାସାରେ ଗ୍ୟାରେଜ କରିବାକୁ ନେଇ ଅଧିକ ଯୌତୁକ ଦାବି କରି ଶେଷରେ ଗୁରାଣ୍ଡି ଥାନା ଅନ୍ତର୍ଗତ ମାଛମରା ଗ୍ରାମରେ ଭଡାଘର ନେଇ ଏକ ଗ୍ୟାରେଜ ଖୋଲିଥିଲେ। କିନ୍ତୁ ଅଧିକ ଯୌତୁକକୁ ନେଇ ତାଙ୍କୁ ସବୁବେଳେ ନିର୍ଯ୍ୟାତନା ଦେଇଆସୁଥିଲେ। ୨୦୧୯ ନଭେମ୍ବର ୧୨ ତାରିଖ ଦିନ ସକାଳେ ଗୁରାଣ୍ଡି ଥାନା ଅନ୍ତର୍ଗତ ଜଙ୍ଗଲପାଡୁ ନିବାସୀ କେ. ରାମାରାଓ ଯିଏ କି ମୃତକଙ୍କ ମାମୁଁ ଖବର ପାଇଲେ ଯେ ଝୁଲନ୍ତା ଅବସ୍ଥାରେ ମୃତ୍ୟୁ ହୋଇଛି । ତେବେ ସନ୍ଦେହ କରି ସ୍ବାମୀଙ୍କ ନାଁରେ ଗୁରାଣ୍ଡି ଥାନାରେ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଏକ ମାମଲା ଦାୟର କରିଥିଲେ ଯାହାକି ମାମଲା ନମ୍ବର ୯୭/୧୯ ରେ ପଞ୍ଜିକୃତ ହୋଇଥିଲା। ମାମଲାର ଗମ୍ଭୀରତାକୁ ନଜରରେ ରଖି ତତ୍କାଳୀନ ସବ-ଇନ୍ସପେକ୍ଟର ମୁକେଶ କୁମାର ବେହେରା ଓ ମୁକେଶ କୁମାର ଲାକ୍ରା ଉକ୍ତ ମାମଲାର ତଦନ୍ତ କରି ଉକ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିଲେ । ଆଜି ୧୩ଜଣ ବଳିଷ୍ଠ ସାକ୍ଷୀ ପ୍ରମାଣ ତଥା ଦସ୍ତାବିଜକୁ ଆଧାର କରି କୋର୍ଟ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri