ଗଜପତିରେ ପୁଣି ଲଜ୍ଜା: ଦଶମ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ, ଗିରଫ ଭୟରେ ଫେରାର

ଗଜପତି,୨।୫(ଗିରିଧାରୀ ପରିଛା): ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ ଲାଗିଲା କଳଙ୍କ। ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ଶିକ୍ଷକ ବିରୋଧରେ ଥାନାରେ ରୁଜୁ ହୋଇଛି ମାମଲା। ପରିବାରଲୋକଙ୍କ ଅଭିଯୋଗ କ୍ରମେ ଗାରାବନ୍ଧ ଥାନାରେ ମାମଲା ରୁଜୁ କାଯାଇଛି। ଅଭିଯୁକ୍ତ ଶିକ୍ଷକ ଜଣକ ହେଲେ ଜି ରାମବାବୁ। ଛାତ୍ରୀଙ୍କ ପରିବାର ଲୋକେ ଅଭିଯୁକ୍ତ ଶିକ୍ଷକଙ୍କ ବିରୋଧରେ ଥାନାର ଦ୍ୱାରସ୍ଥ ହେବା ପରେ ସେ ଫେରାର ହୋଇଯାଇଥିବା ଜଣାପଡିଛି।

ପୀଡିତା ଛାତ୍ରୀ ଜଣଙ୍କ ଗଙ୍ଗାବାଡ଼ ଉନ୍ନିତ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରୀ। ସେହି ବିଦ୍ୟାଳୟରେ ଶିକ୍ଷକ ଥିବା ଜି ରାମବାବୁ ବହୁବାର ଅସଦାଚରଣ କରୁଥିବା ନେଇ ଛାତ୍ରୀଜଣଙ୍କ ନିଜ ଅବିଭାବକଙ୍କୁ ଜଣାଇଥିଲେ। ଏହା ପରେ ପରିବାର ପକ୍ଷରୁ ଜିଲାପାଳଙ୍କୁ ଲିଖିତ ଅଭିଯୋଗ ମଧ୍ୟ କରିଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଗତକାଲି ଉପଜିଲାପାଳଙ୍କ ସହ ଏକ ୩ ଜଣିଆ ଟିମ୍‌ ତଦନ୍ତ କରି ରିପୋର୍ଟ ପ୍ରଦାନ କରିଛନ୍ତି। ଏହା ପରେ ତଦନ୍ତକାରୀ ଟିମର ରିପୋର୍ଟକୁ ଆଧାର କରି ପରିବାରଲୋକଙ୍କ ଅଭିଯୋଗ କ୍ରମେ ଗାରବନ୍ଧ ଥାନାରେ ଗୁରୁବାର ଏକ ମାମଲା ରୁଜୁ କରାଯାଇଛି। ହାପରେ ପିଡିତା ଛାତ୍ରୀଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ମାଇନା କରାଯିବା ସହ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri