ହାତୀ ସୁରକ୍ଷାରେ ଗଜସାଥିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ସହଯୋଗ କରିବାକୁ ବିଧାୟକଙ୍କ ଆହ୍ବାନ

ଭଞ୍ଜନଗର,୧୪/୧୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜରେ ଶୁକ୍ରବାର ଗଜସାଥି ତାଲିମ ଶିବିର ଜିନିଷ ଅନୁଷ୍ଟିତ ହୋଇଥିଲା। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ହାତୀ ସୁରକ୍ଷାରେ ଗଜସାଥି ଏବଂ ସାଧାରଣଜନତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। ତେଣୁ ଗଜ ସାଥି ସୁରକ୍ଷାରେ ବିଭାଗକୁ ସହଯୋଗ କରିବା ପାଇଁ ବିଧାୟକ ଉପସ୍ଥିତ ଗଜସାଥିଙ୍କୁ ଆହ୍ବାନ କରିଥିଲେ। ଡିଏଫଓ ହିମାଂଶୁ ଶେଖର ମହାନ୍ତି, ଏ ସି ଏଫ ବିମଳ ପ୍ରଧାନ, ମୁଜାଗଡ଼ ରେଞ୍ଜର ବିମ୍ବାଧର ସାହୁ, ତାରସିଂ ରେଞ୍ଜର ପ୍ରଶାନ୍ତ ବେହେରା, ଗାଲେରୀ ରେଞ୍ଜର ଜ୍ଞାନେନ୍ଦ୍ର ଲିମା, ଜଗନ୍ନାଥପ୍ରସାଦ ରେଞ୍ଜର ସୁଜାତା ପଣ୍ଡା, ଜଗନ୍ନାଥପ୍ରସାଦ ବ୍ଲକ ଉପାଧ୍ୟକ୍ଷ ନୀଳାଚଳ ଖିଲାର ପ୍ରମୁଖ ଯୋଗୋଦେଇ ନିଜର ବକ୍ତବ୍ୟ ରଖିଥିଲେ।
ଶିବିରରେ ଗଜସାଥିଙ୍କ ଦାୟିତ୍ବ, ବିଭାଗ ମଧ୍ୟରେ ସମନୟ ରକ୍ଷାକରି ସୂଚନା ଦେବା, ବିଦ୍ୟୁତ୍ ହୁକିଂ ଉପରେ ନଜର ରଖିବା, ଚାଷୀଙ୍କ ଫସଲ କ୍ଷୟକ୍ଷତି ହେଲେ ତାଙ୍କୁ ସହଯୋଗ କରିବେ, ବନ୍ୟପ୍ରାଣୀ କିଭଳି ସୁରକ୍ଷିତ ରହିବେ ସେନେଇ ଗ୍ରାମବାସୀଙ୍କୁ ସଚେତନ କରାଇବେ ସେଉପରେ ତାଲିମ ଦିଆଯାଇଥିଲା। ଏହି ବନଖଣ୍ଡରେ ୨୫୦ ଜଣ ଗଜସାଥି ଅଛନ୍ତି। ସେମାନଙ୍କୁ ଧାନ ଫସଲ ସମୟରେ ବର୍ଷକୁ ୫ ମାସ ରଖାଯାଉଛି। ଏନେଇ ସେମାନଙ୍କୁ ମାସିକ ଏକ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଉଛି। ଆଜି ସନ୍ଧ୍ୟା ସୁଦ୍ଧା ଏହି ବନଖଣ୍ଡରେ ୭୦ଟି ହାତୀ ଥିବାବେଳେ ଦକ୍ଷିଣ ଘୁମୁସର ବନଖଣ୍ଡରେ ୬ ଟି ହାତୀ ଥିବା ଜଣାପଡିଛି । ଏହି ଅବସରରେ ଗଜସଥିଙ୍କୁ ସେମାନଙ୍କ ଉପକରଣ ପ୍ରଦାନ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri