ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ ଅଫିସ, ୧୭ା୨:ପବିତ୍ର ମାଘପୂର୍ଣ୍ଣିମାରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ସମ୍ପନ୍ନ ହୋଇଛି। ଦ୍ୱିପ୍ରହର ଧୂପ ପରେ ପତନି ଲାଗି କରାଯାଇଥିଲା। ଏହାପରେ ଘଟୁଆରୀଙ୍କ ଦ୍ୱାରା ଘୋରା ହୋଇଥିବା ଚନ୍ଦନକୁ ରୁପାପିଙ୍ଗଣରେ ପାଳିଆ ପୁଷ୍ପାଳକ ଆଣିଥିଲେ। ତିନିବାଡ଼ରେ ସର୍ବାଙ୍ଗ ନୀତି ପରେ ମହାଜନ ସେବକମାନେ ଶ୍ରୀଦେବୀଙ୍କୁ ଦକ୍ଷିଣୀ ଘର ଖଟରେ ବିଜେ କରାଇଥିଲେ। ପରେ ମହାପ୍ରଭୁଙ୍କୁ ଗଜ ଉଦ୍ଧାରଣ ବେଶ କରାଯାଇଥିଲା। ଏହି ବେଶରେ ତିନି ଠାକୁର ମଥାରେ ଚୂଳ ଓ କିରୀଟ ସହ ସୁବର୍ଣ୍ଣ ନିର୍ମିତ ପଦ୍ମମାଳି, କଦମ୍ବମାଳି ପ୍ରଭୃତିରେ ଭୂଷିତ ହୋଇଥିଲେ। ଶ୍ରୀଜଗନ୍ନାଥ ଓ ବଡ ଠାକୁର ପ୍ରଭୁ ବଳଭଦ୍ର ଚତୁଃହସ୍ତ ରୂପେ ଏବଂ ସୁଭଦ୍ରା ଦ୍ୱିଭୁଜ ବିଶିଷ୍ଟା ହୋଇଥିଲେ। ଚତୁଃହସ୍ତଧାରୀ ଶ୍ରୀଜଗନ୍ନାଥ କାଠ, ସୋଲ ଓ ଜରିରେ ନିର୍ମିତ ଗରୁଡ଼ ଉପରେ ଉପବେଶନ ହୋଇଥିଲେ। ମହାପ୍ରଭୁଙ୍କ ଚାରିହସ୍ତରେ ସୋଲ ଓ ଜରି ନିର୍ମିତ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଶୋଭା ପାଇଥିଲା। ପଦ୍ମାସନ ଭଙ୍ଗୀରେ ଗୋଟିଏ ଆସ୍ଥାନରେ ବସିଥିବା ବଳଭଦ୍ର ଦୁଇ ହସ୍ତରେ ସୋଲ ଓ ଜରି ନିର୍ମିତ ଶଙ୍ଖ ଓ ଚକ୍ର ତଥା ନିମ୍ନ ଦୁଇ ହସ୍ତରେ ହଳ ଓ ମୁଷଳ ଧାରଣ କରିଥିଲେ। ସୁଭଦ୍ରା ଦୁଇଭୁଜ ଓ ଦୁଇ ପଦଯୁକ୍ତା ହୋଇ କୃଷ୍ଣଙ୍କ ଭଳି ଛନ୍ଦାୟିତ ଭଙ୍ଗୀରେ ଠିଆ ହୋଇଥିଲେ। ଏହି ବେଶରେ କାଠ ଓ ସୋଲ ନିର୍ମିତ ଦୁଇଟି ହସ୍ତୀ ପ୍ରତିମୂର୍ତ୍ତିି ବ୍ୟବହୃତ ହୋଇଥିଲା। ଗୋଟିଏ ହସ୍ତୀ ବଳଭଦ୍ରଙ୍କ ସମୀପରେ ରତ୍ନ ସିଂହାସନ ଆଗରେ ପୋଖରିଆରେ ଏବଂ ଅନ୍ୟଟି ଶ୍ରୀଜଗନ୍ନାଥଙ୍କ ବିଗ୍ରହ ସମ୍ମୁଖରେ ରଖାଯାଇଥିଲା। ସନ୍ଧ୍ୟା ଧୂପରେ ମହାପ୍ରଭୁଙ୍କୁ ଖିରି ଓ ଅମାଲୁ ଭୋଗ କରାଯାଇଥିଲା। ରାତ୍ରରେ ବେଶ ଓଲାଗି କରାଯାଇ ବଡ଼ସିଂହାର ନୀତି ସମ୍ପନ୍ନ ବଢ଼ିବା ପରେ ପହୁଡ଼ ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri