Posted inଖେଳ

ଗମ୍ଭୀର ବେଶୀ ଦିନ ତିଷ୍ଠି ପାରିବେ ନାହିଁ: କାହିଁକି ଏମିତି କହିଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୪ା୮:ଭାରତୀୟ ଦଳର ମୁଖ୍ୟ କୋଚ ଭାବରେ ଗୌତମ ଗମ୍ଭୀରଙ୍କ କାର୍ଯ୍ୟକାଳ ଆରମ୍ଭ ହୋଇଛି। ଭାରତୀୟ ଦଳ ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ଅଛି। ଏଠାରେ ସେ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଜିତିଛନ୍ତି। ଏଥି ସହିତ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦିନିକିଆ ସିରିଜ ଖେଳାଯାଉଛି, ଯାହାର ଦ୍ୱିତୀୟ ମ୍ୟାଚ ରବିବାର ଖେଳାଯିବ। ରାହୁଲ ଦ୍ରାବିଡଙ୍କ ପରେ ଗମ୍ଭୀର ଭାରତୀୟ ଦଳର କୋଚ ହୋଇଛନ୍ତି। ଟି-୨୦ ବିଶ୍ୱକପରେ ଟାଇଟଲ ଜିତିବା ପରେ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା।
ଦ୍ରାବିଡ ଟି-୨୦ ବିଶ୍ୱକପ ପରେ ମୁଖ୍ୟ କୋଚ ଦାୟିତ୍ୱ ଗ୍ରହଣ ନ କରିବାକୁ ନିଷ୍ପତ୍ତି ନେଇଥିଲେ, ଯାହା ପରେ ଗମ୍ଭୀରଙ୍କୁ ଏହି ପଦବୀ ପାଇଁ ଏକ ଦୃଢ ପ୍ରତିଯୋଗୀ ଭାବରେ ବିବେଚନା କରାଯାଇଥିଲା। କୋଲକାତା ନାଇଟ ରାଇଡର୍ସ (କେକେଆର୍‌)କୁ ଚଳିତ ବର୍ଷ ଆଇପିଏଲରେ ଟାଇଟଲ ଜିତିବାରେ ଗମ୍ଭୀର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ୨୦୦୭ ଟି-୨୦ ବିଶ୍ୱକପ ବିଜେତା ଦଳର ସଦସ୍ୟ ଥିବା ଯୋଗିନ୍ଦର ଶର୍ମା ବିଶ୍ୱାସ କରନ୍ତି ଯେ, ଗମ୍ଭୀର ଦୀର୍ଘ ଦିନ ପର୍ଯ୍ୟନ୍ତ କୋଚ ରହିପାରିବେ ନାହିଁ। ଏହା ଜଣା ଯେ ଯୋଗିନ୍ଦର ଏବଂ ଗମ୍ଭୀର ୨୦୦୭ ଟି-୨୦ ବିଶ୍ୱକପ ଦଳର ଅଂଶ ଥିଲେ ଏବଂ ଉଭୟ ଏକାଠି ଖେଳିଛନ୍ତି।
ଯୋଗିନ୍ଦର ୟୁଟ୍ୟୁବରେ କହିଛନ୍ତି, ଗମ୍ଭୀର ଦଳର ଦାୟିତ୍ୱ ନେଇଛନ୍ତି ସତ, , କିନ୍ତୁ ମୋର ବିଶ୍ୱାସ ଯେ ସେ ଅଧିକ ଦିନ ରହିପାରିବେ ନାହିଁ। କାରଣ ଗମ୍ଭୀରଙ୍କର ନିଜର କିଛି ନିଷ୍ପତ୍ତି ଅଛି। କିଛି ଖେଳାଳିଙ୍କ ସହିତ ମତଭେଦ ହୋଇପାରେ, ମୁଁ ବିରାଟ କୋହଲିଙ୍କ ବିଷୟରେ କହୁନାହିଁ। ଗମ୍ଭୀରଙ୍କ ନିଷ୍ପତ୍ତି ପ୍ରାୟତଃ ଏପରି ହୋଇଥାଏ,ଯାହା ଅନ୍ୟମାନେ ପସନ୍ଦ କରନ୍ତି ନାହିଁ। ସେ ତାଙ୍କର କାର୍ଯ୍ୟ କରନ୍ତି, ବହୁତ ସଚ୍ଚୋଟତାର ସହିତ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri