ଜୁଆ ଆଡ୍ଡାରେ ଚଢାଉ: ୪୫ ଜୁଆଡ଼ି ଗିରଫ, ୧ଲକ୍ଷ ୮୯ ହଜାର ଜବତ

ବ୍ରହ୍ମପୁର ଅଫିସ,୨୨ା୧୦-ପୋଲିସ ବ୍ରହ୍ମପୁର ସହରରେ ବୁଧବାର ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୩ ଜୁଆଆଡ୍ଡା ଠାବ କରିଛି। ଏଠାରୁ ୪୫ ଜୁଆଡ଼ିଙ୍କୁ ଗିରଫ କରାଯାଇଥିବାବେଳେ ମୋଟ ୧ଲକ୍ଷ ୮୯ହଜାର ୨୪୦ଟଙ୍କା ଜବତ କରାଯାଇଛି। ଟାଉନ୍‌ ଥାନା ପୋଲିସ ବୁଧବାର ରାତି ପ୍ରାୟ ସାଢ଼େ ୧୦ ଟାରେ ଧର୍ମନଗର ଅଞ୍ଚଳରେ ଚଢ଼ାଉ କରି ଏକ ଜୁଆଅଡ୍ଡାରୁ ୯ଜଣଙ୍କୁ ଗିରଫ କରି ୩୬ହଜାର ୨ଶହ ଟଙ୍କା ଜବତ କରିଥିଲା। ସେହିପରି ପୁଣିଥରେ ବିଳମ୍ବିତ ରାତିରେ କର୍ପୋରେଶନ୍‌ ରୋଡ୍‌ରେ ଚଢ଼ାଉକରି ୧୧ଜଣଙ୍କୁ ଗିରଫ କରି ୮୮ହଜାର ୪ଶହ ଟଙ୍କା ଜବତ କରିଥିଲା। ଅନ୍ୟପଟେ ବୈଦ୍ୟନାଥପୁର ଥାନା ପୋଲିସ ଏମ୍‌କେସିଜି ମେଡିକାଲ କ୍ୟାମ୍ପସ୍‌ରେ ଚଢ଼ାଉ କରି ୨୫ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୬୪ହଜାର ୬୪୦ଟଙ୍କା ଜବତ ହୋଇଥିବା ବେଳେ ୨୦ ମୋବାଇଲ୍‌ ଓ ୮ବାଇକ୍‌ ଜବତ ହୋଇଛି। ଗିରଫ ସମସ୍ତ ୪୫ ଜୁଆଡିଙ୍କୁ ଧାରା ୪୧ ସିଆରପିସି ଅନୁସାରେ ଥାନାରୁ ଜାମିନରେ ଛଡ଼ାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

ଜୁଆଆଡ୍ଡା ପରିଚାଳନାକୁ ନେଇ ୨ ଗୋଷ୍ଠୀଙ୍କ ମଧ୍ୟରେ ଉତ୍ତେଜନା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡି ପଞ୍ଚାୟତ କାଣ୍ଡସର ଗାଁ ନିକଟରେ ଦୀର୍ଘ ଦିନ ହେଲା ଚାଲିଥିବା ଜୁଆଆଡ୍ଡା ପରିଚାଳନାକୁ କେନ୍ଦ୍ରକରି ୨…

ପୁରୁଷୋତ୍ତମପୁରରେ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ, ଚର୍ଚ୍ଚାରେ କଂଗ୍ରେସର ଗୋଷ୍ଠୀକନ୍ଦଳ

ପୁରୁଷୋତ୍ତମପୁର,୮।୧୦(ସବିତା ମିଶ୍ର): ଓଡ଼ିଶା ବନ୍ଦର ପ୍ରଭାବ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦେଖିବାକୁ ମିଳିଛି । କାଳୀମନ୍ଦିର ଛକରେ କଂଗ୍ରେସ ଓ ସିପିଆଇ କର୍ମୀମାନେ ପିକେଟିଂ କରି ଗାଡ଼ିମୋଟର…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?