ଜୁଆ ଆଡ୍ଡାରେ ଚଢ଼ାଉ: ୧୭ ଜଣଙ୍କୁ ଅଟକ ରଖିଲା ପୋଲିସ

ଦାରିଙ୍ଗବାଡି,୫।୧୧(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ବସଷ୍ଟାଣ୍ଡ ନିକଟ ମାଛ ମାର୍କେଟ ଅଞ୍ଚଳରେ ଏକ ଘରେ ଜୁଆ ଆଡ୍ଡା ଚାଲିଥିବା ବେଳେ ପୋଲିସ ଶୁକ୍ରବାର ଭୋର ସମୟରେ ଚଢାଉ କରିଛି । ଏହି ସମୟରେ ଜୁଆ ଖେଳୁଥିବା ୧୭ ଜଣଙ୍କୁ ପୋଲିସ ଅଟକ ରଖିବା ପରେ ୪୧(ଏ) ସିଆରପିସି ଧାରାରେ ନୋଟିସ କରି ଛାଡିଦିଆଯାଇଛି ବୋଲି ଆଇଆଇସି କୌଶିକ ମାଝି କହିଛନ୍ତି। ସେମାନଙ୍କ ନିକଟରୁ ପୋଲିସ ନଗଦ ୬୨ ହଜାର ୮୬୦ ଟଙ୍କା ସମେତ ୯ ଟି ମୋବାଇଲ ଜବତ କରିଛି। ଏହି ଚଢାଉ ବେଳେ ଆଇଆଇସି କୌଶିକ ମାଝିଙ୍କ ନେତୃତ୍ୱରେ ସବଇନ୍ସପେକ୍ଟର ସୌମ୍ୟରଞ୍ଜନ ଜେନା ସଦଳବଳ ଚଢାଉରେ ସାମିଲ ହୋଇଥିଲେ । ସେହିପରି ଏହି ଜୁଆ ଆଡ୍ଡାକୁ ସୋରଡା ଅଞ୍ଚଳର ଗୌରୀଶଙ୍କର ପାଢୀ ମାଛ ମାର୍କେଟରେ ଘର ଭଡାନେଇ ଚଳାଇଥିବା ଆଇଆଇସି ମାଝି କହିଛନ୍ତି। ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଊଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri