ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ

ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଛତିଶଗଡ଼ ରାଜ୍ୟ ବାଗବାହାରା ଥାନା ଝଳପ ଗାଁର ଜୟେଶ ସାହୁ(୪୪),ସୋନାପତି ଗଁାର ମହେନ୍ଦ୍ର ଟଣ୍ଡନ (୨୮), ବାଗବାହାରା ଗାଁର ରାକେଶ ସୋନଓ୍ବାନି (୨୪), ଦିନେଶ ସାହୁ (୩୮), ହର୍ଣ୍ଣାଦାଦର ଗାଁର ସୁବାସ ସିଂ (୫୩),କେନ୍ଦୁକୋନା ଥାନା ଗୋବ୍ରା ଗାଁର ରୁପେନ୍ଦ୍ର କୁମାର ସାହୁ (୪୦) ସମେତ ବଲାଙ୍ଗୀର ଜିଲା ଲାଠୋର ଅଞ୍ଚଳର ୩ ଜଣ ଓ ନୂଆପଡ଼ା ଜିଲା ସଦର ମହକୁମା ଅଞ୍ଚଳର ୧୩ ଜଣ ମୋଟ୍‌ ୨୨ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କଠାରୁ ନଗଦ ୩ ଲକ୍ଷ ୫୬ ହଜାର ୫୫ ଟଙ୍କା ସହ ୬ଟି ବାଇକ୍‌, ୨୦ଟି ମୋବାଇଲ ତାସ୍‌ ଜବତ କରାଯାଇଛି ବୋଲି ଜିଲା ପୋଲିସ ମୁଖ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଜିଲା ଆରକ୍ଷୀ ଅଧୀକ୍ଷକ ଅମ୍ରିତପାଳ ସିଂ ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ ନୂଆପଡ଼ା ସଦର ବ୍ଲକ ଖରିଆର ରୋଡ୍‌ ଜୋଙ୍କ ଥାନା ଅଧିନସ୍ଥ ସାଲିହା ପଞ୍ଚାୟତ ଝାଳବାହାଲ ଜାମଘୋର୍ରା ଜଙ୍ଗଲରେ ପ୍ରତି ଦିନ ଲକ୍ଷାଧିକ ଟଙ୍କାର ଜୁଆଖେଳ ହେଉଛି ବୋଲି ଦୀର୍ଘଦିନରୁ ଅଭିଯୋଗ ହୋଇ ଆସୁଥିଲା। ମଙ୍ଗଳବାର ସନ୍ଧ୍ୟାରେ ଉକ୍ତ ଜଙ୍ଗଲରେ ଜୁଆଖେଳ ହେଉଛି ବୋଲି ଜୋଙ୍କ ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ନୂଆପଡ଼ା ଆରକ୍ଷୀ ଅଧୀକ୍ଷକ ସିଂଙ୍କ ନିର୍ଦ୍ଦେଶ କ୍ରମେ ଜୋଙ୍କ ପୋଲିସ ଓ ରିର୍ଜଭ ପୋଲିସଙ୍କ ମଧ୍ୟରେ ଏକ ଟିମ୍‌ ଗଠନ କରି ସବ ଇନ୍ସପେକ୍ଟର ବିଷ୍ଣୁପ୍ରସାଦ ପ୍ରଧାନଙ୍କ ନେତୃତ୍ୱରେ ମଙ୍ଗଳବାର ରାତିରେ ଝାଳବାହାଲ ଜାମଘୋର୍ରା ଜଙ୍ଗଲ ଚତୁଃଦିଗରେ ପୋଲିସ ଫୋର୍ସ ମୁତୟନ କରି ଜଙ୍ଗଲ ଭିତରେ ଚଢାଉ କରାଯାଇଥିଲା। ସେହି ସମୟରେ ପୋଲିସ ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିଲା। ସେଥି ମଧ୍ୟରୁ ଛତିଶଗଡ଼ ବାଗବାହାରା ଅଞ୍ଚଳର ୬ ଜଣ ଜୁଆଡ଼ିଥିବା ବେଳେ ପଡ଼ୋଶୀ ବଲାଙ୍ଗୀର ଜିଲା ଲାଠୋର ଅଞ୍ଚଳର ୩ ଜଣ ଓ ୧୩ ଜଣ ନୂଆପଡ଼ା ଜିଲା ସଦର ମହକୁମା ଅଞ୍ଚଳର ଜୁଆଡି ଅଛନ୍ତି। ସେମାନଙ୍କଠାରୁ ନଗଦ ୩ ଲକ୍ଷ ୫୬ ହଜାର ୫୫ଟଙ୍କା ଜବତ କରାଯାଇଥିବା ବେଳେ ୬ଟି ବାଇକ୍‌, ତାସ୍‌ ଓ ୨୦ ଟି ମୋବାଇ ଫୋନ ଜବତ କରାଯାଇଛି। ଏନେଇ ଜୋଙ୍କ ଥାନାରେ କେସ ନଂ-୧୮୨/୨୬ରେ ଏକ ମାମଲା ଋଜୁ କରି ୨୨ ଜଣ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଉକ୍ତ ଜଙ୍ଗଲ ଭିତରେ ବର୍ଷ ବର୍ଷ ଧରି ଜୁଆ ଖେଳାଇ ଆସୁଥିବା ମୁଖ୍ୟ ଅଭିଯୁକ୍ତ ଖରିଆର ରୋଡ୍‌ର ଦାଦୁ ଖାନ ଓ ନୂଆପଡ଼ାର ରାଜୁ ଖାନ ଫେରାର ଅଛନ୍ତି। ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ବହୁତ ଶୀଘ୍ର ଗିରଫ କରାଯିବ ବୋଲି ଏସପି ସୂଚନା ଦେଇଛନ୍ତ। ଏହି ସମୟରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜିତ ନାଏକ, ଉପଖଣ୍ଡୀୟ ପୋଲିସ ଅଧିକାରୀ ସ୍ବାଧୀନ ମିଶ୍ର, ଜୋଙ୍କ ଥାନା ଅଧିକାରୀ ପ୍ରଦୀପ କୁମାର ଧରୁଆ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସନତ ପାଢ଼ୀ ହେଲେ ବରଗଡ଼ DIPRO, ଦାୟିତ୍ଵ ନେଇ ସହଯୋଗ…

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ନୂତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ(ଡିଆଇପିଆରଓ)ଭାବେ ଦାୟିତ୍ବ ଗ୍ରହଣ କଲେ ସନତ ପାଢୀ । ସେ ପଦ୍ମପୁର ଉପଖଣ୍ଡ ସୂଚନା ଓ…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…

କାର୍ଗିଲ୍ ଯୁଦ୍ଧର ଯୋଦ୍ଧା ଏବେ ରାମ ମନ୍ଦିରର CEO! ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ଲାଗିଲା ମୋହର

ନୂଆଦିଲ୍ଲୀ,୨।୯: ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓଙ୍କ ନାମ ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ମୋହର ଲାଗିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri