Posted inଜାତୀୟ

ଗେମିଂ ଜୋନ୍‌ ଅଗ୍ନିକାଣ୍ଡ ଘଟଣା: ସରକାରଙ୍କୁ ଭର୍ତ୍ସନା କଲେ ଖାର୍ଗେ, କହିଲେ…

ନୂଆଦିଲ୍ଲୀ,୨୬ା୫: ଗୁଜରାଟର ରାଜକୋଟରେ ହୋଇଥିବା ଅଗ୍ନିକାଣ୍ଡରେ ବର୍ତ୍ତମାନ ସୁଦ୍ଧା ୨୭ ଜଣଙ୍କ ମୃତ୍ୟୁ ହୋଇସାରିଛି। ଏନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଦୁଃଖ ପ୍ରକାଶ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ଯଥାଶୀଘ୍ର ଏହି ମାମଲାରେ ଏହି ଦାୟୀ ତାଙ୍କୁ ଚିହ୍ନଟ କରି କଠୋରରୁ କଠୋର ଦଣ୍ଡ ଦିଆଯିବା ଆବଶ୍ୟକ।

ଏଥିସହ ରାଜ୍ୟ ସରକାରଙ୍କ ହେୟ ମନୋଭାବ ଯୋଗୁ ଏଭଳି ଘଟଣା ଘଟୁଛି ବୋଲି ସେ ଅଭିଯୋଗ କରିଛନ୍ତି।

ସୂଚନାଯୋଗ୍ୟ, ଶନିବାର ସନ୍ଧ୍ୟାରେ ରାଜକୋଟ ସହରର ଏକ ‘ଗେମିଂ ଜୋନ୍‌’ରେ ଅଗ୍ନିକାଣ୍ଡ ଘଟି ଶିଶୁଙ୍କ ସମେତ ଅତି କମ୍‌ରେ ୨୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି।
ଖାର୍ଗେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ଏକ ପୋଷ୍ଟ କରିଛନ୍ତି, ଗୁଜରାଟର ରାଜକୋଟରେ ଗେମିଂ ଜୋନର ଭୟଙ୍କର ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ ଅଟେ। ଖବର ଅନୁଯାୟୀ, ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୭ ଜଣଙ୍କର ମୃତ୍ୟୁ ଘଟିଛି, ଯେଉଁଥିରେ ଅନେକ ନିରୀହ ପିଲା ମଧ୍ୟ ଅଛନ୍ତି। ମୁଁ ପୀଡ଼ିତଙ୍କ ପରିବାର ପ୍ରତି ଆମର ଗଭୀର ସମବେଦନା ଜଣାଉଛି ଏବଂ ଆହତମାନଙ୍କୁ ଶୀଘ୍ର ଆରୋଗ୍ୟ କାମନା କରୁଛି। ଖାର୍ଗେ ଆହୁରି ମଧ୍ୟ କହିଛନ୍ତି, ମୁଁ କଂଗ୍ରେସ କର୍ମୀଙ୍କୁ ଅନୁରୋଧ କରୁଛି ଯେ, ଦୁର୍ଘଟଣାରେ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦିଅନ୍ତୁ ଯାହା ଦ୍ୱାରା ପୀଡ଼ିତମାନେ ଚିକିତ୍ସା ଏବଂ କ୍ଷତିପୂରଣ ଇତ୍ୟାଦିରେ କୌଣସି ସମସ୍ୟାର ସମ୍ମୁଖୀନ ହେବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସେ….କାହାକୁ କହିଲେ ଏମିତି

ନୂଆଦିଲ୍ଲୀ, ୧୧।୮: ସଂସଦରେ ମୌସୁମୀ ଅଧିବେଶନ ଚାଲିଛି। ସଂସଦ ମାର୍ଚ୍ଚ ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ଦିଲ୍ଲୀ ପୋଲିସର ଲାଠିଚାର୍ଜକୁ ନେଇ ବିରୋଧୀ ଦଳଗୁଡ଼ିକ କ୍ରମାଗତ ଭାବେ କେନ୍ଦ୍ର…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri