ଗନ୍ଧମାର୍ଦ୍ଦନକୁ ଜାତୀୟ ସମ୍ପତ୍ତି ଘୋଷଣା କରାଯାଉ: ପ୍ରଦୀପ ପୁରୋହିତ

ବରଗଡ଼,୫।୧୨(ପ୍ରେମାନନ୍ଦ ଖମାରୀ): ଲୋକସଭା ଶୀତକାଳୀନ ଅଧିବେଶନରେ ଗୁରୁବାର ୩୭୭ ଧାରା ଅଧିନିୟମ ଅନୁୟାୟୀ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଗନ୍ଧମାର୍ଦ୍ଦନ ପାହାଡକୁ ଜାତୀୟ ସମ୍ପତ୍ତି ଘୋଷଣା ପାଇଁ ଲୋକସଭାରେ କେନ୍ଦ୍ର ସରକାରଙ୍କଠାରେ ପ୍ରସ୍ତାବ ଉଠାଇଛନ୍ତି । ଏକ ପ୍ରେସ ବିବୃତ୍ତିରେ ଏମ୍‌ପି ପୁରୋହିତ ଉଲ୍ଲେଖ କରିଛନ୍ତି ଯେ, ୯୭ କିମି ବ୍ୟାପୀ ପଶ୍ଚିମ ଓଡ଼ିଶାର ଗନ୍ଧମାର୍ଦ୍ଦନ ପାହାଡ଼ରେ ୨ଟି ପ୍ରମୁଖ ନଦୀ, ବହୁ ଝରଣା, ଦୁର୍ଲଭ ବନୌଷଧିର ଭଣ୍ଡାର ରହିଛି।

ଏତଦ ବ୍ୟତୀତ ନୃସିଂହନାଥ, ହରିଶଙ୍କର ୨ଟି ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଓ ମନ୍ଦିର ଅବସ୍ଥିତ। ଚୀନ ପରିବ୍ରାଜକ ହୁଏନସା ଗନ୍ଧମାର୍ଦ୍ଦନକୁ ପରିମଳ ଭାବେ ଉଲ୍ଲେଖ କରି ବହୁ ବର୍ଷ ତଳେ ବୌଦ୍ଧ ବିହାର ଥିବା ଉଲ୍ଲେଖ କରିଛନ୍ତି। ଗନ୍ଧମାର୍ଦ୍ଦନ ଚାରିପଟେ ୫୦ ହଜାର ଜନଜାତିର ପରିବାର ଜୀବନ ଜୀବିକା ନିଭର କରି ଚଳୁଥିବା ପୁରୋହିତ ଉଲ୍ଲେଖ କରିବା ସହ ୧୯୮୩ରେ ତତ୍କାଳୀନ କଂଗ୍ରେସ ସରକାର ଗନ୍ଧମାର୍ଦ୍ଦନରେ ବକ୍ସାଇଟ ଉଭୋଳନ ପାଇଁ ଖଣି ପଟା ଦେଇଥିଲା । ଜନଜାତି ଓ ଜନସାଧାରଣଙ୍କ ତୀବ୍ର ବିରୋଧ ଯୋଗୁ ୧୯୮୮ରେ ସରକାର ଖଣି ପଟା ରଦ୍ଦ କରିଥିଲେ।

କିନ୍ତୁ ବିଭିନ୍ନ ସମୟରେ ଗନ୍ଧମାର୍ଦ୍ଦନରେ ବିଭିନ୍ନ ସରକାର ସମୟରେ ଖଣି ଖନନର ପ୍ରୟାସ କରାଯାଇଛି। ଏହି ପରିପେକ୍ଷୀରେ ଲୋକସଭାରେ ଗନ୍ଧମାର୍ଦ୍ଦନ ପାହାଡକୁ ଜାତୀୟ ସମ୍ପତ୍ତି ରୂପେ ଘୋଷଣା କରିବା ପାଇଁମ୍‌ ଏମ୍‌ପି ପୁରୋହିତ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏପରିକି ନୃସିଂହନାଥ ଏବଂ ହରିଶଙ୍କରକୁ ଜାତୀୟ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବା ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri