ରାଜ୍ୟ ସଂଗ୍ରହାଳୟରେ ‘ଗାନ୍ଧିଜୀ ଓ ତିନି ମାଙ୍କଡ଼’

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଶନିବାର ରାଜ୍ୟ ସଂଗ୍ରହାଳୟରେ ଆରମ୍ଭ ହୋଇଛି କଣ୍ଢେଇ ପ୍ରଦର୍ଶନୀ। ‘ଗାନ୍ଧିଜୀ ଓ ତିନି ମାଙ୍କଡ଼’ ଶୀର୍ଷକ ଏହି ପ୍ରଦର୍ଶନୀରେ ୪ହଜାର କଣ୍ଢେଇ ସ୍ଥାନ ପାଇଛି, ଯେଉଁଥିରେ ଭରି ରହିଛି ଅନେକ ସାମାଜିକ ବାର୍ତ୍ତା। ଛୋଟ ବଡ଼ ଭଳିକି ଭଳି କଣ୍ଢେଇ ସହ ବିଭିନ୍ନ ପଶୁ ପକ୍ଷୀ, ଆଦିବାସୀ ମଣିଷ, ପ୍ଲାଷ୍ଟିକ ଖେଳନା, ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ମୂର୍ତ୍ତି, ଦେବଦେବୀଙ୍କୁ କଣ୍ଢେଇ ବେଶରେ ଦେଖି ଛାତ୍ରୀଛାତ୍ର ଓ ଦର୍ଶକଙ୍କ ମନ ଲାଖି ଯାଉଛି।
ସୁରେଶ ବଳବନ୍ତରାୟ ଫାଉଣ୍ଡେଶନ ପକ୍ଷରୁ ଆରମ୍ଭ ହୋଇଥିବା କଣ୍ଢେଇ ପ୍ରଦର୍ଶନୀ ୧୫ ଦିନ ଧରି ଚାଲିବ। ପରବର୍ତ୍ତୀ ସମୟରେ ଏସବୁ କଣ୍ଢେଇକୁ ସଂଗ୍ରହାଳୟରେ ଆରମ୍ଭ ହେବାକୁ ଥିବା କଣ୍ଢେଇ ଗ୍ୟାଲେରିରେ ସ୍ଥାନିତ କରାଯିବ ବୋଲି ସଂଗ୍ରହାଳୟର ଅଧୀକ୍ଷକ ଡ. ଭାଗ୍ୟଲିପି ମଲ୍ଲ ପ୍ରକାଶ କରିଛନ୍ତି। ଓଡ଼ିଶାର ସଂସ୍କୃତି, ଐତିହ୍ୟ ଓ ପାରମ୍ପରିକ ବିଭବଗୁଡ଼ିକ ଉପରେ ଛାତ୍ରୀଛାତ୍ରଙ୍କୁ ଅଧିକ ସଚେତନ କରିବା ସହିତ ସଂଗ୍ରହାଳୟ ସହ ଯୋଡ଼ିବା ଲାଗି ଏପରି କାର୍ଯ୍ୟକ୍ରମ ବେଶ୍‌ ସହାୟକ ହେବ ବୋଲି ଡ. ମଲ୍ଲ କହିଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମଧୁସୂଦନ ପାଢ଼ୀ, ପ୍ରଫେସର ପ୍ରେମାନନ୍ଦ ମହାପାତ୍ର, ସାହିତି୍ୟକ ଡ. ଫଣୀନ୍ଦ୍ର ଭୂଷଣ ନନ୍ଦ, ଫାଉଣ୍ଡେଶନ ସଭାପତି ଡ. ହରେକୃଷ୍ଣ ପାତ୍ର, ଟ୍ରଷ୍ଟି ପ୍ରଫୁଲ୍ଲ ଚନ୍ଦ୍ର ଧୀର, ଜାଭିୟର ଇନ୍‌ଷ୍ଟିଚ୍ୟୁଟ୍‌ର ନିର୍ଦ୍ଦେଶକ ଅଜିତ କୁମାର ଦାସ, ଫାଉଣ୍ଡେଶନ ସଦସ୍ୟ ସୂର୍ଯ୍ୟ ମିଶ୍ର, ଡ. ଦେବାଶିଷ ମହାପାତ୍ର, ପବିତ୍ର ପ୍ରଧାନ, ସୁଧୀର ମଉଡ଼ମଣି ଓ ଅଧ୍ୟାପିକା ଡ. ଅନ୍ୟା ଅନୁରୂପା ପ୍ରମୁଖ ଉପସ୍ଥିତ ଥିଲେ। ଅନିନ୍ଦିତା ଦାସ ଗାନ୍ଧିଜୀଙ୍କ ପ୍ରିୟ ଭଜନ ‘ବୈଷ୍ଣବ ଜନ ତୋ’ ଗାନ କରିଥିଲେ। ଭାରତୀ ପାଲ ଧନ୍ୟବାଦ ଅର୍ପଣ କରିଥିଲେ। ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର ଶୃଙ୍ଖଳିତ ଭାବେ ଧାଡ଼ିବାନ୍ଧି ପ୍ରଦର୍ଶନୀ ବୁଲି ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା, କହିଲେ ବିଜେଡି କିଣା ବିକାରେ…

ଭୁବନେଶ୍ୱର,୯।୨: ବିଧାୟିକା ଉପାସନାଙ୍କ ତେରଛା ବାଣର ଜବାବ ରଖିଲେ ସଞ୍ଜୟ ଦାସବର୍ମା। ଦାସବର୍ମା କହିଛନ୍ତି, ବିଜେଡି କିଣାବିକାରେ ବିଶ୍ୱାସ କରେନି।ସେଠାକାର ଜନପ୍ରତିନିଧି ପ୍ରଥମେ ବ୍ରହ୍ମଗିରିବାସୀଙ୍କ ଆକାଂକ୍ଷା ପୂରଣ…

ସ୍ୱର୍ଣ୍ଣରୁ ବଞ୍ଚିତ ହେଲେ ମନୁ ଭାକର

ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri