Posted inଜାତୀୟ

ଦେଶ ପାଇଁ ନିଜ ରକ୍ତ ବୁହାଇଛନ୍ତି ଗାନ୍ଧୀ ପରିବାର: ସିବଲ…

ନୂଆଦିଲ୍ଲୀ,୮।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ କଂଗ୍ରେସ ଉପରେ ହୋଇଥିବା କଡ଼ା ସମାଲୋଚନାକୁ ନେଇ ରାଜ୍ୟସଭା ଏମପି କପିଲ ସିବଲ ସୋମବାର ନିଜର ପ୍ରତିକ୍ରିୟା ଦେଇଛନ୍ତି। କର୍ନାଟକରେ ନିର୍ବାଚନ ପ୍ରଚାର ବେଳେ ପ୍ରଧାନମନ୍ତ୍ରୀ କଂଗ୍ରେସ ଦେଶକୁ ବିଭାଜନ କରୁଥିବା ଅଭିଯୋଗ କରିଥିଲେ। ଏହାର ଜବାବରେ ସିବଲ କହିଛନ୍ତି, ପ୍ରଧାନମନ୍ତ୍ରୀ କହିଛନ୍ତି କଂଗ୍ରେସ ରାଜ ପରିବାର ଚାହୁଁଛନ୍ତି, କର୍ନାଟକକୁ ଭାରତଠାରୁ ଅଲଗା କରାଯାଉ, କିନ୍ତୁ ମୋଦୀ ଜୀ, ଦେଶପାଇଁ ଗାନ୍ଧୀ ପରିବାର ସଦସ୍ୟ ଇନ୍ଦିରା ଗାନ୍ଧୀ, ରାଜୀବ ଗାନ୍ଧୀ ରକ୍ତ ବୁହାଇଛନ୍ତି। ଏପରି ପରିସ୍ଥିତିରେ, ସେହି ତଥ୍ୟଗୁଡିକ ମଧ୍ୟ ଏନସିଇଆରଟି ବହିରୁ ଲିଭାଯିବ କି?

ପ୍ରଧାନମନ୍ତ୍ରୀ ରବିବାର ମହୀଶୂରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଯେଉଁଥିରେ ସେ କହିଥିଲେ, କଂଗ୍ରେସର ରାଜ ପରିବାର କର୍ନାଟକକୁ ଦେଶରୁ ଅଲଗା କରିବାକୁ ଚାହୁଁଛନ୍ତି। ଏଥି ସହିତ, ସେମାନେ ଏପରି କାର୍ଯ୍ୟ କରୁଛନ୍ତି ଯାହା ବାରମ୍ବାର ସାବଭୌମତ୍ୱକୁ ଅପମାନିତ କରୁଛି। ଏଭଳି ପରିସ୍ଥିତିରେ ସେମାନେ ରାଜ୍ୟର ସାର୍ବଭୌମତ୍ୱ ରକ୍ଷା କରିବାକୁ ଚାହୁଁଛନ୍ତି, ଏହା ହାସ୍ୟାସ୍ପଦ।

କଂଗ୍ରେସ ଦଳର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲ ସୋମବାର ପୋଷ୍ଟ କରିଛି ସିପିପି ସଭାପତି ସୋନିଆ ଗାନ୍ଧୀ ୬,୫ କୋଟି କନ୍ନଡଭାଷାଭାଷୀଙ୍କୁ ଏକ ଶକ୍ତିଶାଳୀ ବାର୍ତ୍ତା ପଠାଇଛନ୍ତି। କର୍ନାଟକର ପ୍ରତିଷ୍ଠା, ସାର୍ବଭୌମତ୍ୱ କିମ୍ବା ଅଖଣ୍ଡତା ପ୍ରତି ବିପଦ ସୃଷ୍ଟି କରିବାକୁ କଂଗ୍ରେସ ଅନୁମତି ଦେବ ନାହିଁ। ଏହା ସହିତ ଦଳ ଭାଜପାର ଲୁଟ ଶେଷ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri