ଆରମ୍ଭ ହେଲା ‘ଗାନ୍ଧୀ ଶିଳ୍ପ ବଜାର’

ଭୁବନେଶ୍ୱର, ୧୬।୩ (ବ୍ୟୁରୋ): ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ଓଡ଼ିଶା ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ଲିମିଟେଡ୍‌ (ଉତ୍କଳିକା) ପକ୍ଷରୁ ‘ଗାନ୍ଧୀ ଶିଳ୍ପ ବଜାର’ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡିଆରେ ଆରମ୍ଭ ହୋଇଛି। ସୋମବାର ଏହି ମେଳାକୁ ବିଭାଗୀୟ ମନ୍ତ୍ରୀ ପଦ୍ମିନୀ ଦିଆନ ଉଦ୍‌ଘାଟନ କରିଥିଲେ। ଏହି ଜାତୀୟ ପ୍ରଦର୍ଶନୀରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ଗୋଆ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଆଦି ୧୪ ରାଜ୍ୟରୁ ୧୦୦ଜଣ ହସ୍ତଶିଳ୍ପ କାରିଗର ଭାଗ ନେଇଛନ୍ତି। ଓଡ଼ିଶାର ଡୋକ୍ରା, ପିପିଲିର ଚାନ୍ଦୁଆ କାମ, ତାରକସୀ, କାଠଶିଳ୍ପ, ଶିଙ୍ଗ ଶିଳ୍ପ, ଟସର ପେଣ୍ଟିଂ, ତାଳପତ୍ର ଖୋଦେଇ, ଜନଜାତି ଅଳଙ୍କାର, ସବାଇଘାସ ଆଦି ହସ୍ତଶିଳ୍ପ ସାମଗ୍ରୀ ମେଳାରେ ପ୍ରଦର୍ଶନ ଓ ବିକ୍ରୟ କରାଯାଉଛି। ସେହିପରି ପଶ୍ଚିମବଙ୍ଗର ଟେରାକୋଟା, କନ୍ଥା ସିଲେଇ, ଝାଡ଼ଖଣ୍ଡର ଲୌହଶିଳ୍ପ, ଆସାମର ବାଉଁଶ ଶିଳ୍ପ, ଗୋଆର ଏମ୍ବ୍ରୋଡୋରି, ମହାରାଷ୍ଟ୍ରର କୋହ୍ଲାପୁରୀ, ଦିଲ୍ଲୀର ଅଳଙ୍କାର ଭଳି ବହୁ ହସ୍ତଶିଳ୍ପ ସାମଗ୍ରୀ ଏଠାରେ ଉପଲବ୍ଧ ହେଉଛି। ଉଦ୍‌ଘାଟନୀ ଉତ୍ସବରେ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ସନାତନ ନାୟକ, ବିଭାଗର ଅତିରିକ୍ତ ସଚିବ କୈଳାସ ଚନ୍ଦ୍ର ସାହୁ, ଉତ୍କଳିକାର ପରିଚାଳନା ନିର୍ଦ୍ଦେଶିକା ସ୍ବୟଂପ୍ରଭା ମୁଦୁଲି, ଭାରତ ସରକାରଙ୍କ ବିକାଶ ଆୟୁକ୍ତ (ହସ୍ତଶିଳ୍ପ)ର ସହକାରୀ ନିର୍ଦ୍ଦେଶିକା କୁମାରୀ ଶୈଳଜା ପ୍ରମୁଖ ଉପସ୍ଥିତ ଥିଲେ। ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଏହି ମେଳା ପ୍ରତ୍ୟେକ ଦିନ ଅପରାହ୍ନ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

୨୦୨୭ରେ ମେଷ ରାଶିକୁ ଯିବେ ଶନି: ବର୍ଷ ଆରମ୍ଭରୁ ଆର୍ଥିକ ସମସ୍ୟାରେ ବୁଡିରହିବେ ଏହି ରାଶି, ଏମାନଙ୍କ ଉପରେ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଅନୁଶାସନ, କର୍ମ ଓ ନ୍ୟାୟର ଗ୍ରହ ବୋଲି ମନେ କରାଯାଏ। ଅନ୍ୟ ଗ୍ରହଙ୍କ ତୁଳନାରେ ଶନିଙ୍କ ଗତି ଧୀର ହୋଇଥିବାରୁ ତାଙ୍କ…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?