ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ଦୁର୍ଗମ କାଟିଙ୍ଗିଆ ପଞ୍ଚାୟତ ତିଆରିଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁରେଶ ଚନ୍ଦ୍ର ରାଉତଙ୍କ ଅଧ୍ୟକ୍ଷତାରେ ସହକାରୀ ଶିକ୍ଷକ ଆନନ୍ଦ ଦିଗାଲ, ବିପ୍ଳବ କୁମାର ସି,ଚିନ୍ମୟୀ ବେହେରା ଏବଂ ଶିଶୁ ସେବିକା ରୁନୁ ପଡ୍ରା ପ୍ରମୁଖ ମଞ୍ଚାସିନ ରହି ଛାତ୍ରୀଛାତ୍ରଙ୍କୁ ଗାନ୍ଧିଜୀଙ୍କ ସ୍ମୃତି ଚାରଣ କରିଥିଲେ। ସେହିପରି ଜାତୀୟ ପିତା ମହାତ୍ମାଗାନ୍ଧୀଙ୍କ ସମ୍ପର୍କରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବାବେଳେ ଏଥିରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଛି।

Dharitri – Odisha’s No.1 Odia Daily

Share