ସ୍ବତନ୍ତ୍ର ଓଡ଼ିଶାର ଦୃଢ଼ ସମର୍ଥକ ଥିଲେ ଗାନ୍ଧୀ: ନବୀନ

ଭୁବନେଶ୍ୱର (ବ୍ୟୁରୋ)/କଟକ ଅଫିସ,୨ା୪: ଅହିଂସାର ପୂଜାରୀ ଭାବେ ମହାତ୍ମା ଗାନ୍ଧୀ ସାରା ବିଶ୍ୱକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି। ଆଜିର ଦୁନିଆରେ ତା’ର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି। ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ୮ଥର ଓଡ଼ିଶା ଆସିଥିଲେ। ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା ସମ୍ପର୍କରେ ଭଲ ଭାବରେ ଅବଗତ ହୋଇଥିଲେ। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ଼ ସମର୍ଥନ ଦେଇଥିଲେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଓଡ଼ିଶା ଦିବସ ଅବସରରେ ବିଂଶ ଶତାବ୍ଦୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କ ଆଦର୍ଶ ଚିନ୍ତାଧାରା ସାରା ଦେଶ ଓ ଜାତି ପାଇଁ ସମର୍ପିତ ଭାବରେ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଓଡ଼ିଶାରେ ମାନବତାର କଥା ଆସିଲେ ପ୍ରଥମେ ଗୋପବନ୍ଧୁ ହିଁ ମନେପଡ଼ନ୍ତି। ଦୀନଦରିଦ୍ର ଓ ଦୁଃଖୀ ଲୋକଙ୍କୁ ସହାୟତା କରିବାର ମହତ୍‌ କାର୍ଯ୍ୟରେ ଗୋପବନ୍ଧୁ ହିଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି। ଗୋପବନ୍ଧୁଙ୍କ ମୂର୍ତ୍ତି ମାନବତାର ପ୍ରତୀକ ଭାବେ ଯୁଗଯୁଗ ଧରି ଜନମାନସକୁ ଦରିଦ୍ର ନାରାୟଣ ସେବା ପାଇଁ ପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିିଛନ୍ତି। ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି। ମହାତ୍ମା ଗାନ୍ଧୀ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତର ପ୍ରଥମ ପର୍ଯ୍ୟାୟରେ କଟକ କାଠଯୋଡ଼ି ନଦୀବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ସମ୍ବୋଧିତ କରିଥିଲେ। ପବିତ୍ର ଓଡ଼ିଶା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଟକ ଗସ୍ତ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡ୍‌ର ଗୋପବନ୍ଧୁ ଛକରେ ପୂର୍ବାହ୍ନରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ଏହାକୁ ମାନବତାର ପ୍ରତିମୂର୍ତ୍ତି (ଷ୍ଟାଚ୍ୟୁ ଅଫ୍‌ ହ୍ୟୁମାନିଟି)ନାମରେ ନାମିତ କରାଯାଇଛି। ଏହାପରେ କଟକ କାଠଯୋଡ଼ି ନଦୀ ବେଲ୍‌ଭ୍ୟୁ ଛକସ୍ଥିତ ଅତ୍ୟାଧୁନିକ ସ୍ମାରକୀ ପାର୍କକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କକରିଥିଲେ। ଏଠାରେ ମହାତ୍ମାଗାନ୍ଧୀଙ୍କ ଓଡ଼ିଶା ଆଗମନର ସ୍ମାରକୀ ଭାବରେ ନିର୍ମିତ ଗାନ୍ଧୀ ସ୍ମାରକୀ ସ୍ଥାପତ୍ୟ କଳାର ଲୋକାର୍ପଣ କରିଛନ୍ତି। ୧୦୦ ବର୍ଷ ତଳେ ଗାନ୍ଧିଜୀ ଓଡ଼ିଶା ପ୍ରଥମ ଗସ୍ତସମୟରେ କଟକ କାଠଯୋଡ଼ି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ସମ୍ବୋଧିତ କରିଥିଲେ। ସେହି ସଭାର ଅବିକଳ ବ୍ରୋଞ୍ଜ ପ୍ରତିକୃତି ଏହି ପାର୍କରେ ନିର୍ମାଣ କରାଯାଇଛି। ୧.୮୬କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପାର୍କରେ ଓଡ଼ିଶା ଭାଷା ସାହିତ୍ୟ,ସଂସ୍କୃତି ବିଭାଗ ପକ୍ଷରୁ ୭୪ ଲକ୍ଷ ଏବଂ କଟକ ମହାନଗର ନିଗମ ପକ୍ଷରୁ ୧.୧୨କୋଟି ଟଙ୍କା ବ୍ୟୟ କରାଯାଇଛି। ଉକ୍ତ ପାର୍କରେ ୱାଟର ଫାଉଣ୍ଟେନ, ଲ୍ୟାଣ୍ଡସ୍କେପିଂ, ଗ୍ୟାଲେରି, ଶୌଚାଳୟ ଭଳି ସୁବିଧା ରଖାଯାଇଛି। ଶିଳ୍ପୀ ଲକ୍ଷ୍ମୀଧର ରାଣା ମହାତ୍ମାଗାନ୍ଧୀଙ୍କ ପ୍ରତିକୃତିକୁ ଅତି ନିଖୁଣ ଭାବରେ ନିର୍ମାଣ କରିଛନ୍ତି।
ମହାତ୍ମାଙ୍କ ଓଡ଼ିଶା ଆଗମନର ସ୍ମାରକୀ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଏମ୍‌ପି ଭର୍ତ୍ତୃହରି ମହତାବ, ଏମ୍‌ପି ଅଚ୍ୟୁତ ସାମନ୍ତ, ରାଜ୍ୟ ସଭା ସଦସ୍ୟ ସୁବାସ ସିଂହ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ର୍ରତାପ ସ୍ବାଇଁ, ପର୍ଯ୍ୟଟନ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ସଚିବ ବିଷ୍ଣୁଦ ସେଠୀ, ବିଧାୟକ ମହମ୍ମଦ ମୋକିମ, ସୌଭିକ ବିଶ୍ୱାଳ, ଦେବୀପ୍ରସାଦ ମିଶ୍ର, ଚନ୍ଦ୍ର ସାରଥୀ ବେହେରା, ପ୍ରମୋଦ ମଲ୍ଲିକ, ଦେବୀରଞ୍ଜନ ତ୍ରିପାଠୀ, ପ୍ରଶାନ୍ତ ବେହେରା, ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ, କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନୀଲ କୁମାର ସାମଲ, ଜିଲାପାଳ ଭବନୀଶଙ୍କର ଚୟନୀ, ସିଏମ୍‌ସି କମିଶନର ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri