ସ୍ବତନ୍ତ୍ର ଓଡ଼ିଶାର ଦୃଢ଼ ସମର୍ଥକ ଥିଲେ ଗାନ୍ଧୀ: ନବୀନ

ଭୁବନେଶ୍ୱର (ବ୍ୟୁରୋ)/କଟକ ଅଫିସ,୨ା୪: ଅହିଂସାର ପୂଜାରୀ ଭାବେ ମହାତ୍ମା ଗାନ୍ଧୀ ସାରା ବିଶ୍ୱକୁ ନୂତନ ଦିଗ୍‌ଦର୍ଶନ ଦେଇଯାଇଛନ୍ତି। ଆଜିର ଦୁନିଆରେ ତା’ର ପ୍ରାସଙ୍ଗିକତା ଅଧିକ ଅନୁଭୂତ ହେଉଛି। ମହାତ୍ମା ଗାନ୍ଧୀ ୧୯୨୧ରୁ ୧୯୪୬ ମଧ୍ୟରେ ୮ଥର ଓଡ଼ିଶା ଆସିଥିଲେ। ଓଡ଼ିଶାର ବିଭିନ୍ନ ଅଞ୍ଚଳକୁ ଯାଇ ରାଜ୍ୟର ସମସ୍ୟା ସମ୍ପର୍କରେ ଭଲ ଭାବରେ ଅବଗତ ହୋଇଥିଲେ। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ମଧ୍ୟ ସେ ଦୃଢ଼ ସମର୍ଥନ ଦେଇଥିଲେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଓଡ଼ିଶା ଦିବସ ଅବସରରେ ବିଂଶ ଶତାବ୍ଦୀର ଦୁଇ ମହାପୁରୁଷ ଗାନ୍ଧୀ ଓ ଗୋପବନ୍ଧୁଙ୍କ ଆଦର୍ଶ ଚିନ୍ତାଧାରା ସାରା ଦେଶ ଓ ଜାତି ପାଇଁ ସମର୍ପିତ ଭାବରେ କାର୍ଯ୍ୟ କରିବାକୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ଓଡ଼ିଶାରେ ମାନବତାର କଥା ଆସିଲେ ପ୍ରଥମେ ଗୋପବନ୍ଧୁ ହିଁ ମନେପଡ଼ନ୍ତି। ଦୀନଦରିଦ୍ର ଓ ଦୁଃଖୀ ଲୋକଙ୍କୁ ସହାୟତା କରିବାର ମହତ୍‌ କାର୍ଯ୍ୟରେ ଗୋପବନ୍ଧୁ ହିଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି। ଗୋପବନ୍ଧୁଙ୍କ ମୂର୍ତ୍ତି ମାନବତାର ପ୍ରତୀକ ଭାବେ ଯୁଗଯୁଗ ଧରି ଜନମାନସକୁ ଦରିଦ୍ର ନାରାୟଣ ସେବା ପାଇଁ ପ୍ରେରିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିିଛନ୍ତି। ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକ ପାଳନ ଉତ୍ସବ ଗତ ମାର୍ଚ୍ଚ ୨୩ ତାରିଖରୁ ସାରା ରାଜ୍ୟରେ ଆରମ୍ଭ କରାଯାଇଛି। ମହାତ୍ମା ଗାନ୍ଧୀ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତର ପ୍ରଥମ ପର୍ଯ୍ୟାୟରେ କଟକ କାଠଯୋଡ଼ି ନଦୀବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ସମ୍ବୋଧିତ କରିଥିଲେ। ପବିତ୍ର ଓଡ଼ିଶା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଟକ ଗସ୍ତ କରି ଜାତିର ପିତା ମହାତ୍ମା ଗାନ୍ଧୀ ଓ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ମୁଖ୍ୟମନ୍ତ୍ରୀ ପ୍ରଥମେ କଟକର କ୍ୟାଣ୍ଟନମେଣ୍ଟ ରୋଡ୍‌ର ଗୋପବନ୍ଧୁ ଛକରେ ପୂର୍ବାହ୍ନରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ଏହାକୁ ମାନବତାର ପ୍ରତିମୂର୍ତ୍ତି (ଷ୍ଟାଚ୍ୟୁ ଅଫ୍‌ ହ୍ୟୁମାନିଟି)ନାମରେ ନାମିତ କରାଯାଇଛି। ଏହାପରେ କଟକ କାଠଯୋଡ଼ି ନଦୀ ବେଲ୍‌ଭ୍ୟୁ ଛକସ୍ଥିତ ଅତ୍ୟାଧୁନିକ ସ୍ମାରକୀ ପାର୍କକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କକରିଥିଲେ। ଏଠାରେ ମହାତ୍ମାଗାନ୍ଧୀଙ୍କ ଓଡ଼ିଶା ଆଗମନର ସ୍ମାରକୀ ଭାବରେ ନିର୍ମିତ ଗାନ୍ଧୀ ସ୍ମାରକୀ ସ୍ଥାପତ୍ୟ କଳାର ଲୋକାର୍ପଣ କରିଛନ୍ତି। ୧୦୦ ବର୍ଷ ତଳେ ଗାନ୍ଧିଜୀ ଓଡ଼ିଶା ପ୍ରଥମ ଗସ୍ତସମୟରେ କଟକ କାଠଯୋଡ଼ି ନଦୀ ବାଲିରେ ଆୟୋଜିତ ଏକ ବିରାଟ ଜନସମାବେଶରେ ସମ୍ବୋଧିତ କରିଥିଲେ। ସେହି ସଭାର ଅବିକଳ ବ୍ରୋଞ୍ଜ ପ୍ରତିକୃତି ଏହି ପାର୍କରେ ନିର୍ମାଣ କରାଯାଇଛି। ୧.୮୬କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପାର୍କରେ ଓଡ଼ିଶା ଭାଷା ସାହିତ୍ୟ,ସଂସ୍କୃତି ବିଭାଗ ପକ୍ଷରୁ ୭୪ ଲକ୍ଷ ଏବଂ କଟକ ମହାନଗର ନିଗମ ପକ୍ଷରୁ ୧.୧୨କୋଟି ଟଙ୍କା ବ୍ୟୟ କରାଯାଇଛି। ଉକ୍ତ ପାର୍କରେ ୱାଟର ଫାଉଣ୍ଟେନ, ଲ୍ୟାଣ୍ଡସ୍କେପିଂ, ଗ୍ୟାଲେରି, ଶୌଚାଳୟ ଭଳି ସୁବିଧା ରଖାଯାଇଛି। ଶିଳ୍ପୀ ଲକ୍ଷ୍ମୀଧର ରାଣା ମହାତ୍ମାଗାନ୍ଧୀଙ୍କ ପ୍ରତିକୃତିକୁ ଅତି ନିଖୁଣ ଭାବରେ ନିର୍ମାଣ କରିଛନ୍ତି।
ମହାତ୍ମାଙ୍କ ଓଡ଼ିଶା ଆଗମନର ସ୍ମାରକୀ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଏମ୍‌ପି ଭର୍ତ୍ତୃହରି ମହତାବ, ଏମ୍‌ପି ଅଚ୍ୟୁତ ସାମନ୍ତ, ରାଜ୍ୟ ସଭା ସଦସ୍ୟ ସୁବାସ ସିଂହ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ର୍ରତାପ ସ୍ବାଇଁ, ପର୍ଯ୍ୟଟନ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ସଚିବ ବିଷ୍ଣୁଦ ସେଠୀ, ବିଧାୟକ ମହମ୍ମଦ ମୋକିମ, ସୌଭିକ ବିଶ୍ୱାଳ, ଦେବୀପ୍ରସାଦ ମିଶ୍ର, ଚନ୍ଦ୍ର ସାରଥୀ ବେହେରା, ପ୍ରମୋଦ ମଲ୍ଲିକ, ଦେବୀରଞ୍ଜନ ତ୍ରିପାଠୀ, ପ୍ରଶାନ୍ତ ବେହେରା, ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ, କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନୀଲ କୁମାର ସାମଲ, ଜିଲାପାଳ ଭବନୀଶଙ୍କର ଚୟନୀ, ସିଏମ୍‌ସି କମିଶନର ଅନନ୍ୟା ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?