‘ଗାନ୍ଧିଜୀ, ଶାସ୍ତ୍ରୀଜୀଙ୍କ ପଥାନୁସରଣ ପାଇଁ ଆହ୍ବାନ’

ବରଗଡ଼,୨ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ବୁଧବାର ଜାତିର ଜନକ ମହାତ୍ମା ଗାନ୍ଧୀ ଏବଂ ଶାନ୍ତିଦୂତ ଲାଲବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗାନ୍ଧିଛକରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ଅଧ୍ୟକ୍ଷତା କରିଥିଲେ। ଉକ୍ତ ସମାରୋହରେ ସ୍ଥାନୀୟ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ମୁଖ୍ୟ ଅତିଥି, ଜିଲାପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ, ମହେନ୍ଦ୍ର ମହାପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଗାନ୍ଧିଜୀ ଏବଂ ଶାସ୍ତ୍ରୀଜୀଙ୍କ ସ୍ମୃତିଚାରଣ କରିଥିଲେ। ଗାନ୍ଧିଜୀ ଏବଂ ଶାସ୍ତ୍ରୀଜୀଙ୍କ ପ୍ରଦର୍ଶିତ ପଥକୁ ଅନୁସରଣ କରି ଜିଲା ତଥା ଦେଶର ବିକାଶରେ ଭାଗିଦାର ହେବାକୁ ଜିଲାପାଳ ଗୋୟଲ ଆହ୍ବାନ କରିଥିଲେ। ସକାଳ ୪ଟାରୁ ଅପରାହ୍ନ ୫ଟା ମଧ୍ୟରେ ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଡାକବାଜି ଯନ୍ତ୍ର ଯୋଗେ ସହରରେ ରାମଧୂନ ପରିବେଷଣ କରାଯାଇଥିଲା। ସେହିପରି ସକାଳ ୬ଟା ୩୦ମିନିଟ୍‌ରୁ ୭ଟା ୩୦ମିନିଟ୍‌ ମଧ୍ୟରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରଭାତଫେରୀ ହୋଇଥିଲା। ଗାନ୍ଧିଜୀ ଏବଂ ଶାସ୍ତ୍ରୀଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ପରେ ସର୍ବଧର୍ମ ପ୍ରାର୍ଥନା ସଭା ହୋଇଥିଲା। ଏହି ଅବସରରେ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।

ବରଗଡ଼ ରାଣାପ୍ରତାପ ସ୍କୁଲରେ ଅନୁଷ୍ଠିତ ସମାରୋହରେ ପ୍ରଧାନଶିକ୍ଷକ ସୁଦୀପ କୁମାର ରଥ ଅଧ୍ୟକ୍ଷତା କରିଥିଲେ। ସକାଳ ୬ଟାରେ ଛାତ୍ରୀଛାତ୍ର ରାମଧୂନ ଗାନ କରିଥିଲେ। ପ୍ରଭାତଫେରୀରେ ଛାତ୍ରୀଛାତ୍ର ନିକଟସ୍ଥ ବନ୍ଧପଡ଼ା ପରିକ୍ରମା କରି ସ୍କୁଲକୁ ଫେରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କ ମଧ୍ୟ ବକୃତା ପ୍ରତିଯୋଗିତା ହୋଇଥିଲା। ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷା ପଦ୍ମିନୀ ଗଡ଼ତିଆ ମୁଖ୍ୟ ଅତିଥି ପରିଚାଳନା କମିଟିର ପୂର୍ବତନ ଅଧ୍ୟକ୍ଷା ଗୀତା ବେହେରା, ଶିକ୍ଷୟିତ୍ରୀ ସୁନୀତା ମିଶ୍ର, ଗୀତା ଜାଲ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିଥିଲେ। ପରେ ବିଦ୍ୟାଳୟ ପରିଚାଳନା କମିଟି ଉଦ୍ୟମରେ ସ୍କୁଲ ପରିସରରେ ସ୍ବଚ୍ଛତା କାର୍ଯ୍ୟକ୍ରମ ହୋଇଥିଲା। ବରିଷ୍ଠ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।

ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତାସ୍ଥିତ ଲାଲବାହାଦୂର ଶାସ୍ତ୍ରୀ କୃଷକ ସଂଗଠନ ତରଫରୁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗାନ୍ଧିଜୀ ଏବଂ ଶାସ୍ତ୍ରୀଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ସହିତ ସ୍ମୃତିଚାରଣ କରାଯାଇଥିଲା। କୃଷକ ସଂଗଠନର ସଭାପତି ଠାକୁରରାମ ପଟେଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ସମ୍ପାଦକ ଶଙ୍କର ଖମାରୀ, ସଭ୍ୟ ରାଜେନ୍ଦ୍ର ଦେହେରୀ, ଶଶୀଭୂଷଣ ପ୍ରଧାନ, ଶ୍ୟାମଲାଲ ନାୟକ, ସୁଧୀର ପ୍ରଧାନ, ଡୋଲାମଣି ସା, ହୃଷୀକେଶ ପ୍ରଧାନ, ମହେନ୍ଦ୍ର ଦେହେରୀ, ପଦ୍ମନ ଦେହେରୀ, ବାସୁଦେବ ପଟେଲ, ଲିଙ୍ଗରାଜ ନାୟକ ପ୍ରମୁଖ ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri