Posted inଜାତୀୟ

ଅହିଂସାର ପ୍ରବର୍ତ୍ତକ ଗାନ୍ଧିଜୀ ଅସାଧାରଣ

ଅହମଦାବାଦ,୨୨ା୪:ଦୁଇଦିନିଆ ଭାରତ ଗସ୍ତରେ ଆସିଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ଗୁରୁବାର ସକାଳେ ଅହମଦାବାଦରେ ଅବତରଣ କରିବା ପରେ ସାବରମତିସ୍ଥିତ ମହାତ୍ମା ଗାନ୍ଧୀଙ୍କ ଆଶ୍ରମକୁ ଯାଇଥିଲେ। ସେଠାରେ ସେ ଅରଟରେ ସୂତା କାଟିଥିଲେ। ବିଶ୍ୱରେ ପରିବର୍ତ୍ତନ ପାଇଁ ସତ୍ୟ ଓ ଅହିଂସା ନୀତିର ପ୍ରସାର କରାଇଥିବା ଗାନ୍ଧିଜୀ ଜଣେ ଅସାଧାରଣ ବ୍ୟକ୍ତିତ୍ୱ ବୋଲି ବୋରିସ୍‌ କହିଛନ୍ତି। ସାବରମତି ଆଶ୍ରମରୁ ଗାନ୍ଧିଜୀ ବ୍ରିଟିଶ ଶାସନ ବିରୋଧରେ ଭାରତୀୟ ସ୍ବାଧୀନତା ସଂଗ୍ରାମର ନେତୃତ୍ୱ ନେଉଥିଲେ। ଏହି ଆଶ୍ରମକୁ ଆସିବାରେ ବୋରିସ୍‌ ପ୍ରଥମ ବ୍ରିଟିଶ ପ୍ରଧାନମନ୍ତ୍ରୀ। ସେହିପରି ୧୯୪୭ ପରେ ଗୁଜରାଟ ଗସ୍ତରେ ଆସିବାରେ ମଧ୍ୟ ବୋରିସ୍‌ ପ୍ରଥମ ବ୍ରିଟିଶ ପ୍ରଧାନମନ୍ତ୍ରୀ। ମହାତ୍ମାଙ୍କ ପ୍ରଶଂସାରେ ବୋରିସ୍‌ ଭାବପ୍ରବଣ ହୋଇପଡ଼ିଥିଲେ। ସ୍ବାଧୀନତା ସଂଗ୍ରାମ ବେଳେ ବ୍ରିଟିଶ ଶାସକ ଗୋଷ୍ଠୀ ଗାନ୍ଧିଜୀଙ୍କୁ ପ୍ରଶଂସା କରିବା ବିରଳ ଘଟଣା ଥିଲା। ଶୁକ୍ରବାର ବୋରିସ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗ ଏବଂ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ଉପରେ ଆଲୋଚନା କରିବେ। ଏହା ବ୍ୟତୀତ ବ୍ରିଟିଶ ପ୍ରଧାନମନ୍ତ୍ରୀ ବିଭିନ୍ନ ବାଣିଜି୍ୟକ ରାଜିନାମା ସମ୍ପର୍କରେ ଘୋଷଣା କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri