‘ଗାନ୍ଧିଜୀଙ୍କ ଅହିଂସା ଆନ୍ଦୋଳନ ଏକ ଅମୋଘ ଅସ୍ତ୍ର ଥିଲା’

ଛତ୍ରପୁର,୨ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମରେ ଜିଲାସ୍ତରୀୟ ୧୫୪ ତମ ଜାତିରଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ୍‌ ବାହାଦୂରଶାସ୍ତ୍ରୀଙ୍କ ୧୧୯ତମ ଜୟନ୍ତୀ ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ଛତ୍ରପୁର ମିଳିତ ଆନୁକୂଲ୍ୟରେ ପୋଲିସ ପ୍ୟାରେଡ ପଡ଼ିଆ ନିକଟସ୍ଥ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ପାଳିତ ହୋଇଯାଇଛି । ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସର୍ବ ପ୍ରଥମେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଗଞ୍ଜାମ ଜିଲାପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ, ଛଥତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଉପାଧ୍ୟକ୍ଷ ଜି. ପାପା ରାଓ, ଅତିରିକ୍ତ ଜିଲାପାଳ ଲୀନା କୁମାରୀ ଖେସ, ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଓ ଶାସ୍ତ୍ରିଜୀଙ୍କ ତୈଳଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଗାନ୍ଧିଜୀଙ୍କ ଆଦର୍ଶରେ ସମସ୍ତେ ଅନୁପ୍ରାଣିତ ହେବା ପାଇଁ ଆହ୍ବାନ ଦେବା ସହ ଅହିଂସା ଏପରି ଏକ ଅସ୍ତ୍ର ତାହା ସମସ୍ତ ଅସ୍ତ୍ର ଠାରୁ ଶକ୍ତିଶାଳୀ। ଏହି ଶକ୍ତି ଦ୍ବାରା ଗାନ୍ଧିଜୀ ପରାଧୀନ ଭାରତକୁ ମୁକ୍ତ କରିଥିଲେ। ଗାନ୍ଧିଜୀଙ୍କର ଅହିଂସା ଆନ୍ଦୋଳନ ଏକ ଅମୋଘ ଅସ୍ତ୍ର ଥିଲା ବୋଲି ଅଭିଭାଷଣ ରଖିଥିଲେ। ସର୍ବଧର୍ମ ପ୍ରାର୍ଥନା ପଣ୍ଡିତ ହରି ମୋହନ ଶତପଥୀ ପବିତ୍ର ଶ୍ରୀମଦ୍‌ଭଗବତ ଗୀତା, ମହମ୍ମଦ ଏହେଶାନ ରାଜ ପବିତ୍ର କୋରାନ ଓ ମ୍ରିଣାଲସେନ ଗୁପ୍ତାଙ୍କ ଦ୍ବାରା ପବିତ୍ର ବାଇବେଲ ପାଠ କରାଯାଇଥିଲା। ପ୍ରାରମ୍ଭରେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ଅତିଥି ପରିଚୟ ଓ ଉତ୍ସବ ପାଳନର ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri