‘ଗାନ୍ଧିଜୀଙ୍କ ଅହିଂସା ଆନ୍ଦୋଳନ ଏକ ଅମୋଘ ଅସ୍ତ୍ର ଥିଲା’

ଛତ୍ରପୁର,୨ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମରେ ଜିଲାସ୍ତରୀୟ ୧୫୪ ତମ ଜାତିରଜନକ ମହାତ୍ମା ଗାନ୍ଧୀ ଓ ଶାନ୍ତିଦୂତ ଲାଲ୍‌ ବାହାଦୂରଶାସ୍ତ୍ରୀଙ୍କ ୧୧୯ତମ ଜୟନ୍ତୀ ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ଛତ୍ରପୁର ମିଳିତ ଆନୁକୂଲ୍ୟରେ ପୋଲିସ ପ୍ୟାରେଡ ପଡ଼ିଆ ନିକଟସ୍ଥ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ପାଳିତ ହୋଇଯାଇଛି । ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସର୍ବ ପ୍ରଥମେ ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଗଞ୍ଜାମ ଜିଲାପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ, ଛଥତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଉପାଧ୍ୟକ୍ଷ ଜି. ପାପା ରାଓ, ଅତିରିକ୍ତ ଜିଲାପାଳ ଲୀନା କୁମାରୀ ଖେସ, ସହରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ଓ ଶାସ୍ତ୍ରିଜୀଙ୍କ ତୈଳଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଗାନ୍ଧିଜୀଙ୍କ ଆଦର୍ଶରେ ସମସ୍ତେ ଅନୁପ୍ରାଣିତ ହେବା ପାଇଁ ଆହ୍ବାନ ଦେବା ସହ ଅହିଂସା ଏପରି ଏକ ଅସ୍ତ୍ର ତାହା ସମସ୍ତ ଅସ୍ତ୍ର ଠାରୁ ଶକ୍ତିଶାଳୀ। ଏହି ଶକ୍ତି ଦ୍ବାରା ଗାନ୍ଧିଜୀ ପରାଧୀନ ଭାରତକୁ ମୁକ୍ତ କରିଥିଲେ। ଗାନ୍ଧିଜୀଙ୍କର ଅହିଂସା ଆନ୍ଦୋଳନ ଏକ ଅମୋଘ ଅସ୍ତ୍ର ଥିଲା ବୋଲି ଅଭିଭାଷଣ ରଖିଥିଲେ। ସର୍ବଧର୍ମ ପ୍ରାର୍ଥନା ପଣ୍ଡିତ ହରି ମୋହନ ଶତପଥୀ ପବିତ୍ର ଶ୍ରୀମଦ୍‌ଭଗବତ ଗୀତା, ମହମ୍ମଦ ଏହେଶାନ ରାଜ ପବିତ୍ର କୋରାନ ଓ ମ୍ରିଣାଲସେନ ଗୁପ୍ତାଙ୍କ ଦ୍ବାରା ପବିତ୍ର ବାଇବେଲ ପାଠ କରାଯାଇଥିଲା। ପ୍ରାରମ୍ଭରେ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ଅତିଥି ପରିଚୟ ଓ ଉତ୍ସବ ପାଳନର ଆଭିମୁଖ୍ୟ ସମ୍ପର୍କରେ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri