ଗଁଦିଆ-ଯାଜପୁର ଯୋଗାଯୋଗ ବିଚ୍ଛିନ୍ନ

ଢେଙ୍କାନାଳ ଅଫିସ, ୨୦ା୮-ଲଗାଣ ବର୍ଷାରେ ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଲେଥକା ପଞ୍ଚାୟତର କୁଆଁରିଆ ଛକଠାରୁ ଟୋଲକଲୁଣ୍ଡି ଦେଇ ଧର୍ମଶାଳା ବ୍ଲକ ତୁରଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ପିଚୁ ରାସ୍ତା ସମ୍ପୂର୍ଣ୍ଣ ଧୋଇଯାଇଛି। ଫଳରେ ଗଁଦିଆ ଏବଂ ଯାଜପୁର ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ପାଖାପାଖି ୧ବର୍ଷ ହେଲା ଉକ୍ତ ରାସ୍ତା ପୂର୍ତ୍ତ ବିଭାଗକୁ ହସ୍ତାନ୍ତର ହୋଇଛି। ଗ୍ରାମବାସୀଙ୍କ ଦାବି ସତ୍ତ୍ୱେ ଏହାର ମରାମତି କରାଯାଉ ନ ଥିବା ସମିତିସଭ୍ୟ ଟଙ୍କଧର ବାରିକ ଅଭିଯୋଗ କରିଛନ୍ତି। ସେହିପରି ନିହଲପ୍ରସାଦ ପଞ୍ଚାୟତ-ଲାଉଲଇ ପୂର୍ତ୍ତ ବିଭାଗ ରାସ୍ତାର ବୈଦ୍ୟକାଟେଣୀ ପୋଲରେ ବର୍ଷାପାଣି ଆସି କଂକ୍ରିଟ ବାଡ଼ ଭାଙ୍ଗି ଯାଇଥିବା ସମିତିସଭ୍ୟ ସୂଚନା ଦେଇଛନ୍ତି। ଅପରପକ୍ଷେ ବର୍ଷା ପ୍ରଭାବରେ ଢେଙ୍କାନାଳ ସହରରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ଟାଉନ ପ୍ଲାନିଂ, ଗାୟତ୍ରୀ ନଗର, କାରିଗର ସାହି, କାଞ୍ଚନ ବଜାର କୁମ୍ଭାରସାହି ଅଞ୍ଚଳବାସୀ ପ୍ରଭାବିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା…

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର,…

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri