ଗଣେଶ ଭସାଣି ହେଲା କାଳ: ନାଚିଲା ବେଳେ ଟଳିପଡ଼ିଲେ ଯୁବକ

ରାୟଗଡ଼ା,(ଆଶିଷ ରଞ୍ଜନ ପଣ୍ଡା): ଗଣେଶ ଭସାଣି ବେଳେ ଏକ ଅଘଟଣ ସାମ୍ନାକୁ ଆସିଛି। ଡିଜେ ତାଳେ ତାଳେ ନାଚୁଥିବା ବେଳେ ଜଣେ ଯୁବକ ଟଳିପଡ଼ିଥିବା ଅଞ୍ଚଳରେ ଚର୍ଚ୍ଚା ହେଉଛି। ଯୁବକ ଜଣକ ହେଲେ ରାୟଗଡ଼ା ସହର ରାମକୃଷ୍ଣ ନଗରର ବାସିନ୍ଦା ଚନ୍ଦ୍ର ଖରାଙ୍କ ପୁଅ ସୁରଜ ଖରା(୨୮)। ଭସାଣି ଶୋଭାଯାତ୍ରାରେ ନାଚିବା ସମୟରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ସ୍ଥାନୀୟ ଲୋକେ କହିଛନ୍ତି।

ରାମକୃଷ୍ଣ ନଗର ବାସିନ୍ଦା ସଦାଶିବ ତ୍ରିପାଠୀ କହିଛନ୍ତି, ଭସାଣିରେ ଯିବା ବେଳେ ଏଭଳି ଅଘଟଣ ଘଟିଥିଲା। ହେଲେ ଭସାଣିରେ ଡିଜେ ବ୍ୟବହାର ହୋଇନାହିଁ ବୋଲି ସେ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷେ ରାଜ୍ୟ ସରକାର ଡିଜେ ସାଉଣ୍ଡକୁ ନେଇ ବାରମ୍ବାର କଟକଣା କରୁଥିଲେ ମଧ୍ୟ ପର୍ବପର୍ବାଣିରେ ଡିଜେ ଶବ୍ଦ ପ୍ରଦୂଷଣ ବଢାଇବା ସାଙ୍ଗକୁ ଯୁବକଠାରୁ ଆରମ୍ଭ କରି ବୃଦ୍ଧଙ୍କ ହୃଦଘାତ ମୃତ୍ୟୁର କାରଣ ହେଉଛି।

ପର୍ବପର୍ବାଣିରେ ବିନା ଡିଜେରେ ପୂଜା କାର୍ଯ୍ୟ ହେଉନାହିଁ । ଗଣେଶ ପୂଜା, ଦୁର୍ଗା ପୂଜା, ବିଶ୍ୱକର୍ମା ପୂଜା ସମେତ ବିଭିନ୍ନ ପର୍ବପର୍ବାଣି ଆସିଲେ ଭକ୍ତିପୂତ ଗୀତ ବଦଳରେ ଅତ୍ୟଧିକ ସାଉଣ୍ଡରେ ସାହିରେ ସାହିରେ ବାଜୁଛି ଡିଜେ । ଯାହାଦ୍ୱାରା ଅଞ୍ଚଳରେ ବସବାସ କରୁଥିବା ବରିଷ୍ଠ ନାଗରିକ, ଶିଶୁ ଓ ହୃଦଜନିତ ରୋଗରେ ପୀଡିତ ରୋଗୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ସ୍ଥାନୀୟ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।

ଏନେଇ ରାୟଗଡ଼ା ଟାଉନ ଥାନା ଆଇଆଇସି ପ୍ରସନ୍ନ କୁମାର ବେହେରାଙ୍କୁ ପଚାରିବାରୁ ଭସାଣିରେ ନାଚୁଥିବା ବେଳେ ପଡି ଯାଇଥିଲେ। ପରବର୍ତ୍ତି ସମୟରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି କହିଛନ୍ତି । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri