ଦାଦନ ଖଟିବାକୁ ଯାଇଥିଲେ ଗୋଆ, ୪ ମହଲା କୋଠାରୁ ଖସି ପଡ଼ି ଚାଲିଗଲା ଗଣେଶଙ୍କ ଜୀବନ

ମୋହନା, ୨୩।୬( ମନ୍ମଥ ମିଶ୍ର ): ଦାଦନ ଖଟିବାକୁ ଯାଇଥିଲେ ଗୋଆ । ହେଲେ ୪ ମହଲା ଅଟ୍ଟାଳିକାରୁ ତଳକୁ ଖସି ପଡ଼ିବାରୁ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଗୋଆରେ। ପରିବାର ଲୋକଙ୍କ ସୂଚ଼ନା ପ୍ରକାରେ ମୋହନା ବ୍ଲକ ଅନ୍ତର୍ଗତ ବଡ଼ସିନ୍ଧବା ପଞ୍ଚାୟତ ଜାମଢ଼ଇ ଗ୍ରାମ କୋନାଳ ସାହିର ତରଙ୍ଗା ଦଳବେହେରାଙ୍କ ପୁଅ ଗଣେଶ ଦଳବେହେରା(୩୨) ତିନି ମାସ ପୂର୍ବେ ଦାଦନ ଖଟିବାକୁ ଗୋଆ ଯାଇଥିଲେ । ସେଠାରେ କୋଠା ନିର୍ମାଣ କାମରେ ଦାଦନ ଶ୍ରମିକ ଭାବେ କାମ କରୁଥିଲେ । ୪ ମହଲା ଅଟ୍ଟାଳିକାରେ ରାତ୍ର ଯାପନ କରିଥିବା ବେଳେ ଆଜି ରାତି ପ୍ରାୟ ତିନିଟାରେ ତାଙ୍କୁ ପରିସ୍ରା ଲାଗିବାରୁ ଶୌଚ଼ାଳୟକୁ ଯିବା ସମୟରେ ଅସାବଧାନତା ଯୋଗୁ ଗୋଡ଼ ଖସିଯିବାରୁ ୪ ମହଲା ଛାତରୁ ତଳକୁ ଖସି ପଡ଼ିଥିଲେ । ପାଖରେ ଥିବା ସାଙ୍ଗ ସାଥିମାନେ ସଙ୍ଗେ ସଙ୍ଗେ ଗଣେଶକୁ ନିକଟସ୍ଥ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ତାଙ୍କର ମୁଣ୍ଡକୁ ଗଭୀର ଆଘାତ ଲାଗିଥିବାରୁ ଡାକ୍ତର ମୃତ ଘୋଷଣା କରିଥିଲେ । ଖବରପାଇ ପରିବାର ଲୋକେ ଦୁଃଖରେ ଭାଙ୍ଗି ପଡ଼ିଥିବା ବେଳେ ଶବକୁ କିପରି ଗୋଆରୁ ଗ୍ରାମକୁ ଅଣାଯାଇପାରିବା ଚିନ୍ତାରେ ଅଛନ୍ତି । ପରିବାର ଲୋକେ ଗରୀବ ଶ୍ରେଣୀର ହୋଇଥିବାରୁ ଶବକୁ କିପରି ଗାଁକୁ ଅଣାଯିବ ସେ ସଂପର୍କରେ ଲିଖିତ ଭାବେ ଜିଲାପାଳ, ସାଂସଦ ଓ ପାରଳାଖେମୁଣ୍ଡି ବିଧାୟକ ଓ ତହସିଲଦାରଙ୍କୁ ଜଣାଇଛନ୍ତି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ସୀମା ବିବାଦ ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାର୍ଗ ଆପଣେଇବେ ଭାରତ-ଚାଇନା

ନୂଆଦିଲ୍ଲୀ, ୮।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମାକୁ ନେଇ ରହିଥିବା ବିବାଦର ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାଧ୍ୟମଗୁଡ଼ିକୁ ବ୍ୟବହାର ଜାରି ରଖିବାକୁ ଉଭୟ…

ଜନ୍ମଗତ ନାଗରିକତ୍ୱ ସୀମିତ କରିବାକୁ ନିର୍ଦ୍ଦେଶନାମାରେ ସ୍ବାକ୍ଷର କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୮ା୮: ଆମେରିକା ସୁପ୍ରିମକୋର୍ଟଙ୍କ ରାୟର କିଛି ସପ୍ତାହ ପରେ ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ୍‌ ବାର୍ଥ ଟ୍ୟୁରିଜମ୍‌ ବା ଜନ୍ମ ପର୍ଯ୍ୟଟନ ଉପରେ ରୋକ ଲଗାଇବା ଏବଂ ଜନ୍ମଗତ…

ଭାଜପା-ଏସ୍‌ଏଡି ମେଣ୍ଟ ଚର୍ଚ୍ଚା

ନୂଆଦିଲ୍ଲୀ,୮ା୮: ଶିରୋମଣି ଅକାଳୀ ଦଳ (ଏସ୍‌ଏଡି) ମୁଖ୍ୟ ସୁଖବୀର ସିଂ ବାଦଲ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିବାରୁ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ…

ଲଗାଣ ବର୍ଷାରେ କ୍ଷୟକ୍ଷତି ଆକଳନରେ ବିଳମ୍ବ

ଅମରପାଲି,୮ା୮(ପୀତାମ୍ବର ସାହୁ): ଜୁନରେ ଅନାବୃଷ୍ଟି ଏବଂ ଜୁଲାଇରେ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ଚାଷୀଙ୍କ ପାଇଁ ଦ୍ୱିମୁଖୀ ବିପର୍ଯ୍ୟୟ ସୃଷ୍ଟି କରିଛି। ଧାନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri