ଗଣେଶ ମୂର୍ତ୍ତି ବିସର୍ଜନରେ ନିୟମ ଭଙ୍ଗ: ଅତ୍ୟଧିକ ଉଚ୍ଚଶବ୍ଦରେ ଡିଜେ ବଜାଇବା ପଡ଼ିଲା ମହଙ୍ଗା, ଗାଡ଼ିକୁ ଜବତ କଲା ପୋଲିସ

ବଞ୍ଚୋ,୫।୧୦(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ପୋଲିସ ଡିଜେ ଗାଡ଼ିକୁ ଜବତ କରିଛି । ପୋଡ଼ାଖମଣ ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଅନୁମତିର ସର୍ତ୍ତ ଉଲ୍ଲଂଘନ କରି ଅତ୍ୟଧିକ ଉଚ୍ଚଶବ୍ଦରେ ଡିଜେ ବଜାଇବା ଅଭିଯୋଗରେ ପୋଲିସ ପକ୍ଷରୁ ମାମଲା ରୁଜୁ କରାଯାଇଛି । ଏଥିସହ ଡିଜେ ସାଉଣ୍ଡ ସିଷ୍ଟମ ଓ ଏହା ପରିବହନ କରୁଥିବା ଗାଡ଼ିକୁ ପୋଲିସ ଜବତ କରିଛି ।
ସୂଚନା ଅନୁଯାୟୀ, ଗତ ୪ ତାରିଖ ସନ୍ଧ୍ୟାରେ ପୋଡ଼ାଖମଣ ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ପାଇଁ ଏକ ଶୋଭାଯାତ୍ରା ବାହାରିଥିଲା। ଶୋଭାଯାତ୍ରା ପାଇଁ ଆୟୋଜକମାନେ ଆନନ୍ଦପୁର ଉପଜିଲାପାଳଙ୍କ ନିକଟରୁ ଆବଶ୍ୟକ ଅନୁମତି ନେଇଥିଲେ । ତେବେ ଶୋଭାଯାତ୍ରା ଚାଲିଥିବା ସମୟରେ ଅନୁମତିପତ୍ରରେ ଉଲ୍ଲେଖିତ ସର୍ତ୍ତକୁ ଉଲ୍ଲଂଘନ କରି ଅତ୍ୟଧିକ ଉଚ୍ଚଶବ୍ଦରେ ଡିଜେ ବଜାଯାଉଥିବା ପୋଲିସ ନଜରକୁ ଆସିଥିଲା।
ଉଚ୍ଚଶବ୍ଦରେ ଡିଜେ ବଜାଇବା ଯୋଗୁଁ ଗ୍ରାମରେ ଅସୁବିଧା ସୃଷ୍ଟି ହେବା ସହ ହୃଦ୍‌ରୋଗୀମାନେ ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଥିବା ନେଇ ସ୍ଥାନୀୟ ଲୋକଙ୍କ ପକ୍ଷରୁ ଅଭିଯୋଗ ହୋଇଥିଲା। ଏହାପରେ ପେଲିସ ଘଟଣାସ୍ଥଳରେ ପହଞ୍ଚି ଡିଜେ ସାଉଣ୍ଡ ସିଷ୍ଟମ ଯାଞ୍ଚ କରିବା ସହ ଅନୁମତିର ସର୍ତ୍ତ ଉଲ୍ଲଂଘନ ହୋଇଥିବା ଜଣାପଡ଼ିବାରୁ ସାଉଣ୍ଡ ସିଷ୍ଟମ ଲାଗିଥିବା ଗାଡ଼ିକୁ ଜବତ କରିଥିଲା।
ଏହି ଘଟଣାକୁ ନେଇ ଘଷିପୁରା ଥାନାରେ କେସ୍ ନଂ ୪୧୮, ତାରିଖ ୦୪.୧୦.୨୦୨୬ରେ ବିଏନ୍‌ଏସ୍‌ର ଧାରା ୨୨୩(ଏ)(ବି)/୨୯୨ ସହ ଓଡ଼ିଶା ଫାୟାରୱାର୍କ୍ସ ଆଣ୍ଡ ଲାଉଡସ୍ପିକର (ରେଗୁଲେସନ) ଆଇନ, ୧୯୫୮ର ଧାରା ୫ ଅନୁଯାୟୀ ମାମଲା ରୁଜୁ କରାଯାଇଛି।
ପାର୍ବଣ ସମୟରେ ଆଇନଶୃଙ୍ଖଳା ଓ ସାଧାରଣ ଲୋକଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ପୋଲିସ ପକ୍ଷରୁ ଡିଜେ ଓ ଉଚ୍ଚଶବ୍ଦ ନିୟନ୍ତ୍ରଣ ଉପରେ ନଜର ରଖାଯାଉଛି। ଅନୁମତିର ସର୍ତ୍ତ ଉଲ୍ଲଂଘନ କଲେ ଆଇନ ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଆନନ୍ଦପୁର ଏସ୍‌ଡିପିଓ କମଳ କୁମାର ପଣ୍ଡା ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?