ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ ଶୁଭାରମ୍ଭ ହୋଇଛି । ସ୍ଥାନୀୟ ଶ୍ରୀ ଗୁପ୍ତେଶ୍ୱର ଶୈବପୀଠ ପୋଖରୀରୁ ଦେବୀ ଗଙ୍ଗା ମାତାଙ୍କୁ ଆବାହନ ପୂର୍ବକ ପୂଜାର୍ଚ୍ଚନା କରାଯିବା ପରେ କର୍ତ୍ତା ପ୍ରଦୀପ କୁମାର ପଣ୍ଡା କଳସ ଉଠାଇଥିଲେ । କଳସ ଶୋଭାଯାତ୍ରା ସହର ପରିକ୍ରମା କରିବା ପରେ ପୂଜାସ୍ଥଳରେ ପହଞ୍ଚିଥିଲା।

ମୁଖ୍ୟ ପୁରୋହିତ ରଞ୍ଜନ ତ୍ରିପାଠୀଙ୍କ ପୌରୋହିତ୍ୟରେ ପ୍ରଚଳିତ ନୀତିକାନ୍ତି ଅନୁଯାୟୀ ପୂଜାକାର୍ଯ୍ୟ ଶୁଭାରମ୍ଭ ହୋଇଥିଲା। ପୂଜା କମିଟିର ପ୍ରମୁଖ କର୍ମକର୍ତ୍ତା ବିଚିତ୍ରାନନ୍ଦ ପଟ୍ଟନାୟକ, ସୁଧାଂଶୁ ପାଣିଗ୍ରାହୀ, ନିଗମ ପ୍ରସାଦ ପଣ୍ଡା, ଲଲାଟେନ୍ଦୁ ପ୍ରଧାନ, ଶିବ ଶଙ୍କର ମହାଙ୍କୁଡ, ନରେନ୍ଦ୍ର ସାହୁ,  ଆଶିଷ ପଟ୍ଟନାୟକ, ଲକ୍ଷ୍ମୀ ନୃସିଂହ ସାହୁ, ରବିନ୍ଦ୍ର ମାର୍ଥା, ବିନୋଦ ଚନ୍ଦ୍ର ଦାସ, କେ. ରାଜୁଙ୍କ ସମେତ  ବହୁ ସଂଖ୍ୟକ ପୂଜା କମିଟି ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ।

ସେପ୍ଟେମ୍ବର ୧୯ ତାରିଖରେ ପୂଜା ମଣ୍ଡପ ନିକଟରେ ସାଂସ୍କୃତିକ କାର୍ଯ୍ୟକ୍ରମ ମେଲୋଡି ପରିବେଷଣ କରାଯିବ ବୋଲି ଆୟୋଜକ  ପୂଜା ମହୋତ୍ସବ ପରିଚାଳନା କମିଟି ର କର୍ମକର୍ତ୍ତା ବିକାଶ ପଶୁପାଳକ, କୁନା ପାତ୍ର, ଅଶୋକ ନନ୍ଦ, ବାରିକ ବେହେରା, ଜେ .ମିଟୁ ରାଓ , ଦେବେନ୍ଦ୍ର ଗୈାଡ, ରଞ୍ଜିତ ବେହେରା, ଦେବରାଜ ସାହୁ, ଓଡି . ଅରବିନ୍ଦ, କିରଣ ପାଢ଼ୀ ପ୍ରମୁଖ କହିଛନ୍ତି । ସେହିପରି ସହରର ଚିକିଟିଆ ସାହି, ବସଷ୍ଟାଣ୍ଡ,ରାଣୀ ସାହି, ପୁଞ୍ଜିକଂୟା ଛକ, ଅଞ୍ଚଳ କଲୋନୀ, ବଜାର ସାହି, ଶ୍ରୀ ବିଘ୍ନବିନାଶକ ଶ୍ରୀ ଗଣେଶଙ୍କ ପୂଜା ଉତ୍ସବ ଶୁଭାରମ୍ଭ ହୋଇଛି।

ସୋମବାର ସନ୍ଧ୍ୟାରେ ଚିକିଟିଆ ସାହି ଶ୍ରୀ ଗଣେଶଙ୍କ ପୂଜା ମଣ୍ଡପ ସମ୍ମୁଖରେ ପୌରାଣିକ ସଖୀନାଟ ଓ ଘୁଡୁକି ଲୋକ ବାଦ୍ୟ କଳା ପରିବେଷଣ କରାଯିବ ବୋଲି ସ୍ଥାନୀୟ ବିଚିତ୍ର ବର୍ଣ୍ଣାଳି ନାଟ୍ୟ ସଂସଦର ସମ୍ପାଦକ ଆଲୋକ ବିଷୋୟୀ ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟାଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବ୍ରହ୍ମପୁର ଏମ୍‌ପି

ଦିଗପହଣ୍ଡି,୩୧।୧୦(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ ପାଣିଗ୍ରାହୀ ଶନିବାର ଦିଗପହଣ୍ଡି ବ୍ଳକ ଗସ୍ତରେ ଆସି ବାତ୍ୟା ଅର୍ଣ୍ଣବର କରାଳ ରୂପରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଗ୍ରାମ…

ଜିଲାପାଳଙ୍କ ସହ ଆଲୋଚନା କଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଛତ୍ରପୁର, ୩୧ା୧୦(ଦିଲୀପ ସାମଲ): ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ…

ଧୋଇଗଲା ବିଜୁ ସେତୁ ରାସ୍ତା, ତିନି ଖଣ୍ଡ ଗାଁ ଲୋକେ ହନ୍ତସନ୍ତ

ମୋହନା,୩୧ା୧୦(ମନ୍ମଥ ମିଶ୍ର): ତିନି ଖଣ୍ଡ ଗାଁକୁ ସଂଯୋଗ କରୁଥିବା ବିଜୁ ସେତୁ ଏବେ ବିପଦସଙ୍କୁଳ ଅବସ୍ଥାରେ। ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ବ୍ରିଜ୍‌ ରାସ୍ତା ସହ ପ୍ରୋଟେକ୍ସନ ଗାଡ଼ୱାଲ…

ଗଞ୍ଜାମରେ ରବିବାର ଛୁଟି ବାତିଲ

ଛତ୍ରପୁର,୩୧ା୧୦(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରୀଛାତ୍ରଙ୍କ…

କନ୍ଧମାଳରେ ସରକାରୀ ଛୁଟି ବାତିଲ, ରବିବାର ଖୋଲା ରହିବ କାର୍ଯ୍ୟାଳୟ

ଫୁଲବାଣୀ,୩୧ା୧୦(ରାକେଶ କୁମାର ରାଉତ): ବାତ୍ୟା ଜନିତ କ୍ଷୟକ୍ଷତି ଓ ଉଦ୍ଧାର କାର୍ଯ୍ୟ ତଥା ଆଗକୁ ଆସୁଥିବା ଅନ୍ୟ ଏକ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ୧…

ବେଆଇନ ଗ୍ୟାସ୍‌ ମହଜୁଦ୍‌ ଉପରେ ଯୋଗାଣ ବିଭାଗର ଚଢ଼ାଉ, ୨୨୯ ଘରୋଇ ସିଲିଣ୍ଡର ଜବତ

ଖୋର୍ଦ୍ଧା,୩୧ା୧୦(ପ୍ରଭାତ ପାଣିଗ୍ରାହୀ): ଘରୋଇ ରନ୍ଧନ ଗ୍ୟାସ୍‌ ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାର ଉପରେ ଖୋର୍ଦ୍ଧା ଜିଲା ଯୋଗାଣ ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ କରାଯାଇଛି। ଭୁବନେଶ୍ୱର…

ଆଜମ ଖାନ୍‌ଙ୍କୁ ଗିରଫ କଲା ED: ଅଖିଳେଶ କହିଲେ…

ଲକ୍ଷ୍ନୌ,୩୧।୧୦: ଉତ୍ତର ପ୍ରଦେଶର ରାମପୁରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ୍‌ ଖାନଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ(ED) ଶନିବାର ଗିରଫ କରିଛି। ରାମପୁର…

ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେନି, ଚା’ ପିଇ ଚାଲିଗଲା ବିଜେଡି ଟିମ୍‌, ନିରାଶ ହେଲେ ଅଞ୍ଚଳବାସୀ

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ଓ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଶନିବାର ରାତିରେ ପହଞ୍ଚିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?