ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ ଶୁଭାରମ୍ଭ ହୋଇଛି । ସ୍ଥାନୀୟ ଶ୍ରୀ ଗୁପ୍ତେଶ୍ୱର ଶୈବପୀଠ ପୋଖରୀରୁ ଦେବୀ ଗଙ୍ଗା ମାତାଙ୍କୁ ଆବାହନ ପୂର୍ବକ ପୂଜାର୍ଚ୍ଚନା କରାଯିବା ପରେ କର୍ତ୍ତା ପ୍ରଦୀପ କୁମାର ପଣ୍ଡା କଳସ ଉଠାଇଥିଲେ । କଳସ ଶୋଭାଯାତ୍ରା ସହର ପରିକ୍ରମା କରିବା ପରେ ପୂଜାସ୍ଥଳରେ ପହଞ୍ଚିଥିଲା।

ମୁଖ୍ୟ ପୁରୋହିତ ରଞ୍ଜନ ତ୍ରିପାଠୀଙ୍କ ପୌରୋହିତ୍ୟରେ ପ୍ରଚଳିତ ନୀତିକାନ୍ତି ଅନୁଯାୟୀ ପୂଜାକାର୍ଯ୍ୟ ଶୁଭାରମ୍ଭ ହୋଇଥିଲା। ପୂଜା କମିଟିର ପ୍ରମୁଖ କର୍ମକର୍ତ୍ତା ବିଚିତ୍ରାନନ୍ଦ ପଟ୍ଟନାୟକ, ସୁଧାଂଶୁ ପାଣିଗ୍ରାହୀ, ନିଗମ ପ୍ରସାଦ ପଣ୍ଡା, ଲଲାଟେନ୍ଦୁ ପ୍ରଧାନ, ଶିବ ଶଙ୍କର ମହାଙ୍କୁଡ, ନରେନ୍ଦ୍ର ସାହୁ,  ଆଶିଷ ପଟ୍ଟନାୟକ, ଲକ୍ଷ୍ମୀ ନୃସିଂହ ସାହୁ, ରବିନ୍ଦ୍ର ମାର୍ଥା, ବିନୋଦ ଚନ୍ଦ୍ର ଦାସ, କେ. ରାଜୁଙ୍କ ସମେତ  ବହୁ ସଂଖ୍ୟକ ପୂଜା କମିଟି ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ।

ସେପ୍ଟେମ୍ବର ୧୯ ତାରିଖରେ ପୂଜା ମଣ୍ଡପ ନିକଟରେ ସାଂସ୍କୃତିକ କାର୍ଯ୍ୟକ୍ରମ ମେଲୋଡି ପରିବେଷଣ କରାଯିବ ବୋଲି ଆୟୋଜକ  ପୂଜା ମହୋତ୍ସବ ପରିଚାଳନା କମିଟି ର କର୍ମକର୍ତ୍ତା ବିକାଶ ପଶୁପାଳକ, କୁନା ପାତ୍ର, ଅଶୋକ ନନ୍ଦ, ବାରିକ ବେହେରା, ଜେ .ମିଟୁ ରାଓ , ଦେବେନ୍ଦ୍ର ଗୈାଡ, ରଞ୍ଜିତ ବେହେରା, ଦେବରାଜ ସାହୁ, ଓଡି . ଅରବିନ୍ଦ, କିରଣ ପାଢ଼ୀ ପ୍ରମୁଖ କହିଛନ୍ତି । ସେହିପରି ସହରର ଚିକିଟିଆ ସାହି, ବସଷ୍ଟାଣ୍ଡ,ରାଣୀ ସାହି, ପୁଞ୍ଜିକଂୟା ଛକ, ଅଞ୍ଚଳ କଲୋନୀ, ବଜାର ସାହି, ଶ୍ରୀ ବିଘ୍ନବିନାଶକ ଶ୍ରୀ ଗଣେଶଙ୍କ ପୂଜା ଉତ୍ସବ ଶୁଭାରମ୍ଭ ହୋଇଛି।

ସୋମବାର ସନ୍ଧ୍ୟାରେ ଚିକିଟିଆ ସାହି ଶ୍ରୀ ଗଣେଶଙ୍କ ପୂଜା ମଣ୍ଡପ ସମ୍ମୁଖରେ ପୌରାଣିକ ସଖୀନାଟ ଓ ଘୁଡୁକି ଲୋକ ବାଦ୍ୟ କଳା ପରିବେଷଣ କରାଯିବ ବୋଲି ସ୍ଥାନୀୟ ବିଚିତ୍ର ବର୍ଣ୍ଣାଳି ନାଟ୍ୟ ସଂସଦର ସମ୍ପାଦକ ଆଲୋକ ବିଷୋୟୀ ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ଗଣେଶଜୀଙ୍କ ଅତି ପ୍ରିୟ ଏହି ୪ ରାଶି: ଆଜିଠୁ ଚାଲିଲା ଭଲ ସମୟ, ପ୍ରଚୁର ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଗଣେଶ ଚତୁର୍ଥୀରୁ ଅନନ୍ତ ଚତୁର୍ଦ୍ଦଶୀ ପର୍ଯ୍ୟନ୍ତ କିଛି ରାଶିର ଜାତକଙ୍କ ଉପରେ ଗଣପତିଙ୍କ ବିଶେଷ କୃପା ରହିବ ବୋଲି ଜ୍ୟୋତିଷବିଦ୍‌ମାନେ ମତ ଦେଇଛନ୍ତି। ଏହି ସମୟରେ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ପୁଟିନ ନା ଜିନପିଙ୍ଗ? କାହାର ବିମାନ ଅଧିକ ମହଙ୍ଗା, ଜାଣନ୍ତୁ ଦୁଇ ବିମାନର ରହସ୍ୟ

ନୂଆଦିଲ୍ଲୀ,୧୪।୯: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଦିଲ୍ଲୀରେ ଆୟୋଜିତ ୧୮ତମ BRICS ଶିଖର ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିଥିଲେ। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?