ଇଞ୍ଜିନିୟରିଂ ଚାକିରି ଛାଡ଼ିଥିଲେ ଗଣେଶ ରାମ

ବାରିପଦା,୧୩ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଯଶିପୁର ବିଧାନସଭା ନିର୍ବାଚନମଣ୍ଡଳୀ ବିଧାୟକ ଗଣେଶ ରାମ ସିଂ ଖୁଣ୍ଟିଆ ନବଗଠିତ ରାଜ୍ୟ ଭାଜପା ମନ୍ତ୍ରିମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ) ଭାବେ ସ୍ଥାନ ପାଇଛନ୍ତି। ଏନେଇ ନିର୍ବାଚନମଣ୍ଡଳୀରେ ଖୁସିର ମାହୋଲ ଦେଖିବାକୁ ମିଳିଛି। ଯଶିପୁର ବ୍ଳକ ଅଧୀନ ଅସ୍ତକୁଅଁର ପଞ୍ଚାୟତର ବଳରାମପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିବା ଗଣେଶ ରାମଙ୍କ ପିତା ହେଉଛନ୍ତି ସ୍ବର୍ଗତ ଲକ୍ଷ୍ମଣ ସିଂ ଖୁଣ୍ଟିିଆ। ବଳରାମପୁର ପ୍ରାଥମିକ ବିଦ୍ୟାଳୟରୁ ଶିକ୍ଷା ଆରମ୍ଭ କରିଥିବା ଗଣେଶରାମ ୧୯୯୦ରେ ମାଟ୍ରିକ ପାସ୍‌ କରିଥିଲେ। ପରେ କଟକ ସ୍ଥିତ ଭୁବନାନନ୍ଦ ଇଞ୍ଜିନିୟରିଂ କଲେଜରୁ ୧୯୯୪ରେ ଡିପ୍ଲୋମା ପାସ୍‌ କରିଥିଲେ। ୧୯୯୯ରେ ଗଣେଶ ଇଞ୍ଜିନିୟର ଭାବେ ଭୁବନେଶ୍ୱର ପୂର୍ତ୍ତ ବିଭାଗରେ ଚାକିରି ପାଇଥିଲେ। ସେହିବର୍ଷ ସେ ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକକୁ ବଦଳି ହୋଇ ୧୨ବର୍ଷ ଧରି କାର୍ଯ୍ୟ କରିଥିଲେ। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଇଞ୍ଜିନିୟରିଂ ଚାକିରି ଛାଡ଼ି ରାଜନୀତିରେ ପାଦ ଥାପିଥିଲେ। ୨୦୧୯ରେ ଭାଜପା ଟିକେଟରେ ଯଶିପୁର ବିଧାନସଭା କ୍ଷେତ୍ରରୁ ନିର୍ବାଚନ ଲଢ଼ି ନିର୍ବାଚିତ ହୋଇଥିଲେ। ୨୦୨୪ ନିର୍ବାଚନରେ ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଚକ୍ରଧର ହେମ୍ବ୍ରମଙ୍କୁ ପରାଜିତକରି ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ଜଣେ ଦକ୍ଷ ରାଜନେତା ଭାବେ ସେ ଅଞ୍ଚଳରେ ବେଶ୍‌ ପରିଚିତ। ଶିମିଳିପାଳ ବନାଞ୍ଚଳ ଅଞ୍ଚଳରେ ଥିବା ଗ୍ରାମଗୁଡ଼ିକରେ ଗମନାଗମନ, ବିଦ୍ୟୁତ୍‌ ସେବା ଏବଂ ପାନୀୟ ଜଳ ଯୋଗାଣକୁ ନେଇ ସେ ଅନେକ ଜନହିତକର କାର୍ଯ୍ୟ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଓ ପୈତୃକ ଘର ଯଶିପୁର ନିର୍ବାଚନମଣ୍ଡଳୀ ଅଧୀନରେ ରହୁଥିବାରୁ ଅଞ୍ଚଳର ବିକାଶ ନିମନ୍ତେ ତାଙ୍କୁ ମନ୍ତ୍ରୀମଣ୍ଡଳରେ ସ୍ଥାନିତ କରାଯାଇଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri