ଇଞ୍ଜିନିୟରିଂ ଚାକିରି ଛାଡ଼ିଥିଲେ ଗଣେଶ ରାମ

ବାରିପଦା,୧୩ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଯଶିପୁର ବିଧାନସଭା ନିର୍ବାଚନମଣ୍ଡଳୀ ବିଧାୟକ ଗଣେଶ ରାମ ସିଂ ଖୁଣ୍ଟିଆ ନବଗଠିତ ରାଜ୍ୟ ଭାଜପା ମନ୍ତ୍ରିମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ) ଭାବେ ସ୍ଥାନ ପାଇଛନ୍ତି। ଏନେଇ ନିର୍ବାଚନମଣ୍ଡଳୀରେ ଖୁସିର ମାହୋଲ ଦେଖିବାକୁ ମିଳିଛି। ଯଶିପୁର ବ୍ଳକ ଅଧୀନ ଅସ୍ତକୁଅଁର ପଞ୍ଚାୟତର ବଳରାମପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିବା ଗଣେଶ ରାମଙ୍କ ପିତା ହେଉଛନ୍ତି ସ୍ବର୍ଗତ ଲକ୍ଷ୍ମଣ ସିଂ ଖୁଣ୍ଟିିଆ। ବଳରାମପୁର ପ୍ରାଥମିକ ବିଦ୍ୟାଳୟରୁ ଶିକ୍ଷା ଆରମ୍ଭ କରିଥିବା ଗଣେଶରାମ ୧୯୯୦ରେ ମାଟ୍ରିକ ପାସ୍‌ କରିଥିଲେ। ପରେ କଟକ ସ୍ଥିତ ଭୁବନାନନ୍ଦ ଇଞ୍ଜିନିୟରିଂ କଲେଜରୁ ୧୯୯୪ରେ ଡିପ୍ଲୋମା ପାସ୍‌ କରିଥିଲେ। ୧୯୯୯ରେ ଗଣେଶ ଇଞ୍ଜିନିୟର ଭାବେ ଭୁବନେଶ୍ୱର ପୂର୍ତ୍ତ ବିଭାଗରେ ଚାକିରି ପାଇଥିଲେ। ସେହିବର୍ଷ ସେ ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକକୁ ବଦଳି ହୋଇ ୧୨ବର୍ଷ ଧରି କାର୍ଯ୍ୟ କରିଥିଲେ। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଇଞ୍ଜିନିୟରିଂ ଚାକିରି ଛାଡ଼ି ରାଜନୀତିରେ ପାଦ ଥାପିଥିଲେ। ୨୦୧୯ରେ ଭାଜପା ଟିକେଟରେ ଯଶିପୁର ବିଧାନସଭା କ୍ଷେତ୍ରରୁ ନିର୍ବାଚନ ଲଢ଼ି ନିର୍ବାଚିତ ହୋଇଥିଲେ। ୨୦୨୪ ନିର୍ବାଚନରେ ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଚକ୍ରଧର ହେମ୍ବ୍ରମଙ୍କୁ ପରାଜିତକରି ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ଜଣେ ଦକ୍ଷ ରାଜନେତା ଭାବେ ସେ ଅଞ୍ଚଳରେ ବେଶ୍‌ ପରିଚିତ। ଶିମିଳିପାଳ ବନାଞ୍ଚଳ ଅଞ୍ଚଳରେ ଥିବା ଗ୍ରାମଗୁଡ଼ିକରେ ଗମନାଗମନ, ବିଦ୍ୟୁତ୍‌ ସେବା ଏବଂ ପାନୀୟ ଜଳ ଯୋଗାଣକୁ ନେଇ ସେ ଅନେକ ଜନହିତକର କାର୍ଯ୍ୟ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଓ ପୈତୃକ ଘର ଯଶିପୁର ନିର୍ବାଚନମଣ୍ଡଳୀ ଅଧୀନରେ ରହୁଥିବାରୁ ଅଞ୍ଚଳର ବିକାଶ ନିମନ୍ତେ ତାଙ୍କୁ ମନ୍ତ୍ରୀମଣ୍ଡଳରେ ସ୍ଥାନିତ କରାଯାଇଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri