ସମ୍ବଲପୁର: ସର୍ବସାଧାରଣ ସ୍ଥାନ, ଅନୁଷ୍ଠାନରେ ଗଣେଶ ପୂଜା ବନ୍ଦ

ସମ୍ବଲପୁର,୨୦ା୮(ବ୍ୟୁରୋ)-ଚଳିତ ବର୍ଷ କରୋନା ଯୋଗୁ ଗଣେଶ ପୂଜା ଉପରେ କଟକଣା ଲଗାଯାଇଛି। ସର୍ବସାଧାରଣ ସ୍ଥାନ, ଶିକ୍ଷାନୁଷ୍ଠାନ, କ୍ଲବ ଗୁଡିକରେ ପୂଜା କରିବା ଉପରେ ରୋକ ଲଗାଯାଇଛି। ଘରେ ପରିବାର ସହ ପୂଜା କରିବାକୁ ଅନୁରୋଧ କରାଯାଇଛି। ଏ ନେଇ ଜିଲାପାଳ ଶୁଭମ ସକସେନା ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯଦି ଏହାର ଖିଲାପ କରାଯାଏ ତେବେ ଆଇନ ଅନୁସାରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଉଲ୍ଳେଖ ରହିଛି।
ସୂଚନାଯୋଗ୍ୟ, ସମ୍ବଲପୁର ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ସାମାଜିକ ଦୂରତ୍ୱ ଓ କଟକଣା ପାଳନ କରି କିଛି ଅନୁଷ୍ଠାନ ପୂଜା କରିବା ପାଇଁ ପ୍ରସ୍ତୁତି କରୁଥିଲେ। ଜିଲାପାଳଙ୍କ ଏହି ନିର୍ଦ୍ଦେଶନାମା ପରେ ସେମାନେ ଏବେ ନିରାଶ ହୋଇ ପଡିଛନ୍ତି। ମୂର୍ତ୍ତିି କାରିଗର, ଟେଣ୍ଟ ମାଲିକ, ପୂଜା ଦୋକାନୀଙ୍କ ବ୍ୟବସାୟରେ ଏହାର ପ୍ରଭାବ ପଡିବ ବୋଲି ଜଣାପଡିଛି । କାରିଗର ମାନେ ବିକ୍ରି ହେବା ଆଶା ନେଇ କିଛି ମୂର୍ତ୍ତି ତିଆରି କରିଥିଲେ। ଏବେ ସେମାନେ ଚିନ୍ତାରେ ପଡି ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?