ଏହି ଦଳରେ ଯୋଗଦେଇପାରନ୍ତି ଗଣେଶ୍ୱର: କଂଗ୍ରେସ ଛାଡିବାର କାରଣ କହିଲେ

କେନ୍ଦ୍ରପଡ଼ା,୨।୪(ଜଗନ୍ନାଥ ଧଳ):ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଗଣେଶ୍ୱର ବେହେରା ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏ ସମ୍ପର୍କରେ ଏକ ଚିଠି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କୁ ଚିଠି ମାଧ୍ୟମରେ ଜଣାଇଛନ୍ତି। ତାଙ୍କର ଏହି ଇସ୍ତଫା ଜିଲା କଂଗ୍ରେସ ପ୍ରତି ପରୋକ୍ଷରେ ଏକ ଝଟ୍‌କା ଲାଗିଛି। ଦୀର୍ଘ ଦିନ ଧରି କଂଗ୍ରେସରେ ରହି ବିଧାୟକ ଓ ମନ୍ତ୍ରୀ ହୋଇଥିଲେ। ଚଳିତ ସାଧାରଣ ନିର୍ବାଚନ ପୂର୍ବରୁ ଦଳୀୟ ସଂଗଠନକୁ ମଜଭୁତ କରୁଥିବା ବେଳେ ଇସ୍ତଫା ରାଜନୈତିକ ହଟଚମଟ ସୃଷ୍ଟି କରିଛି। ସେ ବିଜେଡିରେ ଯୋଗଦେବେ ବୋଲି ଆଲୋଚନା ହେଉଛି। ତେବେ କେଉଁ ରାଜନୈତିକ ଦଳକୁ ଯାଉଥିବା ପ୍ରଶ୍ନରେ ଚୁପ ରହୁଛନ୍ତି।
ଏନେଇ ଗଣେଶ୍ୱର କହିଛନ୍ତି, ଦଳ ପକ୍ଷରୁ ଅଣଦେଖା କରାଯାଇଛି। ପୂର୍ବରୁ ବହୁ କାର୍ଯ୍ୟ କଂଗ୍ରେସ ଦଳର ଭଲ ପାଇଁ କରିଛନ୍ତି। ମାତ୍ର ବିଭିନ୍ନ ସମୟରେ ଦଳ ତାଙ୍କୁ ଉପଯୁକ୍ତ ସମ୍ମାନ ଦେଇନାହିଁ। ଗତ କିଛି ଦିନ ପୂର୍ବରୁ ନିର୍ବାଚନ କମିଟିରେ ମଧ୍ୟ ଏପରି ଘଟଣା ହେବାରୁ ମନ ବ୍ୟଥିତ ହୋଇଛି। ମାତ୍ର ଦଳର ଭଲ ପାଇଁ ନୀରବ ରହିବା ଉଚିତ ମଣିଥିଲେ। କେନ୍ଦ୍ରାପଡା ନିର୍ବାଚନ ମଣ୍ଡଳୀରେ ଥିବା ସମସ୍ୟାର ସମାଧାନ ପାଇଁ ଆଗାମୀ ଦିନରେ ପଦକ୍ଷେପ ନେବାକୁ ଯାଉଥିବା ଗଣେଶ୍ୱର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri