ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି । ତାଙ୍କୁ ସଙ୍ଘବଦ୍ଧ ହତ୍ୟା ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ସେ ଭର୍ତ୍ତି ହୋଇଥିବା ବେଳେ ଦେବଗଡ ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁଯାୟୀ ତାରଙ୍ଗ ଗ୍ରାମ ପଞ୍ଚାୟତ ପୁରୁମୁଣ୍ଡା ଗ୍ରାମର ଭରତ ସାହୁ ଟାଇଁସର ଠାରେ ଏକ ବଗିଚାରେ କାମ କରନ୍ତି । ଭରତ ସେଠାରେ ରହୁଥିବା ବେଳେ ସୋମବାର ୧ ଟା ସମୟରେ ୫/୬ ଜଣ ଅଚିହ୍ନା ବ୍ୟକ୍ତି ତାଙ୍କୁ ସଙ୍ଘବଦ୍ଧ ଭାବେ ଆକ୍ରମଣ କରିଥିଲେ । ଭରତଙ୍କୁ ନିସ୍ତୁକ ମାଡ ମାରିବା ସହିତ ଦୀର୍ଘ ସମୟ ଧରି ତଂଟି ଚିପି ଧରିବାରୁ ସେ ଗୁରୁତର ଆହତ ହେବାସହ ଚେତାଶୂନ୍ୟ ହୋଇ ପଡିଥିଲେ । ପରେ ଆକ୍ରମଣକାରୀମାନେ ବାହାରୁ ପଟୁ କବାଟ ଦେଇ ସେଠାରୁ ଫେରାର ହୋଇ ଯାଇଥିଲେ । କିଛି ସମୟ ପରେ ଉକ୍ତ ବଗିଚାରେ ଜଗୁଆଳୀ ଓ ଅନ୍ୟଜଣେ ଯୁବକ ସେଠାରେ ପହଂଚି ଭରତ ଗୁରୁତର ଆହତ ଓ ସଜ୍ଞାହୀନ ଅବସ୍ଥାରେ ସେଠାରେ ପଡିରହିଥିବା ଦେଖିବାକୁ ପାଇଥିଲେ ।

ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ଦେବଗଡ ଜିଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତୀ କରିଥିବାବେଳେ ସେ ଏବେ ମଧ୍ୟ ସେଠାରେ ଚିକିତ୍ସାଧିନ ଥିବା ଜଣାପଡିଛି । ଜଣେ ସମ୍ପର୍କୀୟ ଏବଂ କେତେକ ନିର୍ଦ୍ଦିଷ୍ଟ ବ୍ୟକ୍ତି ତାଙ୍କୁ ହତ୍ୟା ଉଦ୍ୟମ ଷଡଯନ୍ତ୍ର କରିଥିବା ଭରତ ଦେବଗଡ ଥାନା ପୋଲିସ ନିକଟରେ ଅଭିଯୋଗ କରିଥିବା ବେଳେ ପୋଲିସ ବିଭିନ୍ନ ଦିଗକୁ ତଦନ୍ତ ଆରମ୍ଭ କରିଛି । ଏ ଘଟଣା ଆଜି ସମଗ୍ର ଦେବଗଡ ଜିଲାରେ ଚର୍ଚ୍ଚାର ବିଷୟ ସାଜିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri