ଗଣେଶ ମୂର୍ତ୍ତି ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ: ୧୦ ଆହତ, ୮ ଗିରଫ

ତିହିଡ଼ି,୧୨ା୯(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ପାଳିଆବିନ୍ଧା ପଞ୍ଚାୟତ ଅଧୀନ ପାଳିଆ ଗ୍ରାମରେ ବୁଧବାର ରାତିରେ ଗଣେଶ ମେଢ଼ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ଗୋଷ୍ଠୀର ୧୦ଜଣ ଆହତ ହୋଇଛନ୍ତି। ତିହିଡ଼ି ଥାନାରେ ଉଭୟ ଗୋଷ୍ଠୀ ପକ୍ଷରୁ ଅଭିଯୋଗ ହେବା ପରେ ପୋଲିସ ୨ଟି ମୋକଦ୍ଦମା ରୁଜୁ କରି ଉଭୟ ଗୋଷ୍ଠୀର ୮ଜଣଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ଏହି ଘଟଣାକୁ ନେଇ ପଞ୍ଚାୟତରେ ସାମ୍ପ୍ରଦାୟିକ ହିଂସା ଉପୁଜିବା ଆଶଙ୍କାରେ ଏକ ଶାନ୍ତି କମିଟି ଗୁରୁବାର ପାଳିଆବିନ୍ଧାସ୍ଥିତ ବିରଞ୍ଚି ନାରାୟଣଙ୍କ ଅତିଥି ଭବନରେ ଅନୁଷ୍ଠିତ ହୋଇଥିଲା। ଏଥିରେ ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ, ଚାନ୍ଦବାଲି ଏସ୍‌ଡିପିଓ  କାର୍ତ୍ତିକ ଚନ୍ଦ୍ର ମଲ୍ଲିକ, ତିହିଡ଼ି ଥାନା ଆଇଆଇସି ପ୍ରସନ୍ନ କୁମାର ନାୟକ, ପୂର୍ବତନ ସରପଞ୍ଚ ଉଷାକାନ୍ତ ନାୟକ ପ୍ରମୁଖ ଯୋଗଦେଇ ଉଭୟ ଗୋଷ୍ଠୀ ମଧ୍ୟରେ ସଦ୍‌ଭାବନା ବଜାୟ ରଖିବାକୁ ପରାମର୍ଶ ଦେଇଥିଲେ।

ସୂଚନାଯୋଗ୍ୟ, ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ସମୟରେ ଏକ କ୍ଷୀର ବୋଝେଇ ଅଟୋ ଯିବାକୁ ସାଇଡ୍‌ ମାଗିଥିଲା। ତେବେ ଶୋଭାଯାତ୍ରାକାରୀମାନେ ସାଇଡ୍‌ ନ ଦେବାରୁ ସଂଘର୍ଷର ସୂତ୍ରପାତ ହୋଇଥିଲା। ଆହତଙ୍କ ମଧ୍ୟରୁ ଗୁରୁତର ୩ଜଣଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇ ଥିବାବେଳେ ଅନ୍ୟ ୭ଜଣ ଭଦ୍ରକ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri