ଡକାୟତି କରି ଫେରାର ହୋଇଯାଉଥିଲେ ଡକାୟତ ଗ୍ୟାଙ୍ଗ୍‌, ଧରିଲା ଗ୍ରାମାଞ୍ଚଳ ପୋଲିସ

ସାଲେପୁର,୩ା୮(ଅରବିନ୍ଦ ଭୂୟାଁ): କଟକ ଜିଲା ସମେତ ଓଡ଼ିଶାର ଭିଭିନ୍ନ ଜିଲାରେ ଡକାୟତି ମାମଲା ଘଟାଇ ଫେରାର ହୋଇଯାଉଥିବା ଡକାୟତି ଦଳକୁ କଟକ ଜିଲା ଗ୍ରାମାଞ୍ଚଳ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। କଟକ ଜିଲାର ସାଲେପୁର, ନିଶ୍ଚିନ୍ତକୋଇଲି, ମାହାଙ୍ଗା ଓ ନେମାଳ ଅଞ୍ଚଳରେ ହୋଇଥିବା ଡକାୟତି ଘଟଣାର ତଦନ୍ତ ଆରମ୍ଭ କରି ପୋଲିସ ଏହି ଡକାୟତ ଦଳକୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୩୩ ଗ୍ରାମ ସୁନା ଓ ୧କେଜି ୧୫୦ ଗ୍ରାମ ରୁପା ଅଳଙ୍କାର, ୧୦ ହଜାର ନଗଦ ଟଙ୍କା, ଏକ ମହିନ୍ଦ୍ରା କାର୍‌, ୩ଟି ବଜାଜ ପଲସର ଗାଡ଼ି, ଏକ ବନ୍ଧୁକ ଦୁଇଟି ଜୀବନ୍ତ ଗୁଳି, ତିନୋଟି ଫୋନ୍‌, ଗୋଟିଏ ଚାପଡ଼ ଜବତ କରିଥିବାବେଳେ ଏହିସବୁ ଘଟଣାର ମୁଖ୍ୟ ଅଭିଯୁକ୍ତ ଗଞ୍ଜାମ ଜିଲାର ବୁଗୁଡ଼ାର ତୋଫାନ ବିଷୋୟୀ, କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇର ସନ୍ତୋଷ ମଲ୍ଲିକ, ଜଗତସିଂହପୁର ଜିଲା କୁଜଙ୍ଗର ପ୍ରଭାତ ମଲ୍ଲିକଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ଚୋରା ଅଳଙ୍କାର କିଣିଥିବା ଭୁବନେଶ୍ୱର ଥାନା ମତିପରିଲ ଅଞ୍ଚଳର ଦିବ୍ୟଜ୍ୟୋତି ନାୟକଙ୍କୁ ପୋଲିସ ଗିରଫ କରିଥିବାର ଆଜି ସାଲେପୁର ଥାନା ପରିସରରେ ଥିବା ଏକ ଖବରଦାତା ସମ୍ମିଳନୀରେ ଗ୍ରାମାଞ୍ଚଳ ଏସ୍‌ପି ପ୍ରତୀକ ସିଂହ ପ୍ରକାଶ କରିଛନ୍ତି। ଗିରଫ ଅଭିଯୁକ୍ତମାନେ ଯାଜପୁର, କଟକ, କେନ୍ଦ୍ରାପଡ଼ାରେ ଅପରାଧ ଘଟାଇ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri