ଡକାୟତି କରି ଫେରାର ହୋଇଯାଉଥିଲେ ଡକାୟତ ଗ୍ୟାଙ୍ଗ୍‌, ଧରିଲା ଗ୍ରାମାଞ୍ଚଳ ପୋଲିସ

ସାଲେପୁର,୩ା୮(ଅରବିନ୍ଦ ଭୂୟାଁ): କଟକ ଜିଲା ସମେତ ଓଡ଼ିଶାର ଭିଭିନ୍ନ ଜିଲାରେ ଡକାୟତି ମାମଲା ଘଟାଇ ଫେରାର ହୋଇଯାଉଥିବା ଡକାୟତି ଦଳକୁ କଟକ ଜିଲା ଗ୍ରାମାଞ୍ଚଳ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। କଟକ ଜିଲାର ସାଲେପୁର, ନିଶ୍ଚିନ୍ତକୋଇଲି, ମାହାଙ୍ଗା ଓ ନେମାଳ ଅଞ୍ଚଳରେ ହୋଇଥିବା ଡକାୟତି ଘଟଣାର ତଦନ୍ତ ଆରମ୍ଭ କରି ପୋଲିସ ଏହି ଡକାୟତ ଦଳକୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ୩୩ ଗ୍ରାମ ସୁନା ଓ ୧କେଜି ୧୫୦ ଗ୍ରାମ ରୁପା ଅଳଙ୍କାର, ୧୦ ହଜାର ନଗଦ ଟଙ୍କା, ଏକ ମହିନ୍ଦ୍ରା କାର୍‌, ୩ଟି ବଜାଜ ପଲସର ଗାଡ଼ି, ଏକ ବନ୍ଧୁକ ଦୁଇଟି ଜୀବନ୍ତ ଗୁଳି, ତିନୋଟି ଫୋନ୍‌, ଗୋଟିଏ ଚାପଡ଼ ଜବତ କରିଥିବାବେଳେ ଏହିସବୁ ଘଟଣାର ମୁଖ୍ୟ ଅଭିଯୁକ୍ତ ଗଞ୍ଜାମ ଜିଲାର ବୁଗୁଡ଼ାର ତୋଫାନ ବିଷୋୟୀ, କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇର ସନ୍ତୋଷ ମଲ୍ଲିକ, ଜଗତସିଂହପୁର ଜିଲା କୁଜଙ୍ଗର ପ୍ରଭାତ ମଲ୍ଲିକଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ଚୋରା ଅଳଙ୍କାର କିଣିଥିବା ଭୁବନେଶ୍ୱର ଥାନା ମତିପରିଲ ଅଞ୍ଚଳର ଦିବ୍ୟଜ୍ୟୋତି ନାୟକଙ୍କୁ ପୋଲିସ ଗିରଫ କରିଥିବାର ଆଜି ସାଲେପୁର ଥାନା ପରିସରରେ ଥିବା ଏକ ଖବରଦାତା ସମ୍ମିଳନୀରେ ଗ୍ରାମାଞ୍ଚଳ ଏସ୍‌ପି ପ୍ରତୀକ ସିଂହ ପ୍ରକାଶ କରିଛନ୍ତି। ଗିରଫ ଅଭିଯୁକ୍ତମାନେ ଯାଜପୁର, କଟକ, କେନ୍ଦ୍ରାପଡ଼ାରେ ଅପରାଧ ଘଟାଇ ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri