ଗଣବଳାତ୍କାର ପରେ ଇଟାରେ ଛେଚିଥିଲେ

ଗୋପାଳପୁର,୧ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ରବିବାର ଗିରଫ କରିଛି। ସେମାନେ ହେଲେ ଋତୁ ବେହେରା (୩୦) ଓ ହେମନ୍ତ ବେହେରା (୨୬)। କେସ୍‌ ନଂ.୨୭/୨୧ରେ ସମ୍ପୃକ୍ତ ଅଭିଯୁକ୍ତ ଦ୍ୱୟଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଥିବା ତଦନ୍ତକାରୀ ଅଧିକାରୀ ସଦର ଏସ୍‌ଡିପିଓ ଜୟନ୍ତ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି।

ପୋଲିସ ସୂଚନା ଅନୁଯାୟୀ, ଗତ ୨୮ ତାରିଖ ପୂର୍ବାହ୍ନ ପ୍ରାୟ ୧୧ଟାବେଳେ ସମ୍ପୃକ୍ତା ନାବାଳିକା ଓ ତାଙ୍କ ସାନଭାଇ କଲୋନୀ ଶେଷମୁଣ୍ଡକୁ ଶୌଚ ପାଇଁ ଯାଉଥିଲେ। ଋତୁ ଓ ହେମନ୍ତ ତାଙ୍କୁ ପିଛା କରିଥିଲେ। ନିଛାଟିଆ ସ୍ଥାନରେ ସେମାନେ ନାବାଳିକାଙ୍କୁ ଉଠାଇ ନେଇ ନିକଟସ୍ଥ ପରିତ୍ୟକ୍ତ ଓଡିଆର୍‌ପି ଗୃହ ମଧ୍ୟରେ ଦୁହେଁ ବଳାତ୍କାର କରିଥିଲେ। ନାବାଳିକା ଚିତ୍କାର କରିବାରୁ ପାଖରେ ପଡ଼ିଥିବା ଏକ ଇଟାରେ ମୁଣ୍ଡ, ମୁହଁ ଓ କାନକୁ ଦୁର୍ବୃତ୍ତମାନେ ଛେଚି ହତ୍ୟା ଉଦ୍ୟମ କରିଥିଲେ। ଏହି ସମୟରେ ସାନଭାଇ ଗଁା ଭିତରକୁ ଯାଇ ଘଟଣା ସମ୍ପର୍କରେ ଲୋକଙ୍କୁ ଜଣାଇବାରୁ ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ମୁମୂର୍ଷୁ ଅବସ୍ଥାରେ ପଡିଥିବା ନାବାଳିକାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ବର୍ତ୍ତମାନ ତାଙ୍କ ଚିକିତ୍ସା ଚାଲିଛି। ଋତୁ ଓ ହେମନ୍ତ ଘଟଣା ଘଟାଇ ଖସିବାକୁ ଉଦ୍ୟମ କରୁଥିବା ବେଳେ ସ୍ଥାନୀୟ ଲୋକେ ଉଭୟଙ୍କୁ କାବୁ କରି ନିସ୍ତୁକ ମାଡ଼ ମାରିଥିଲେ। ଖବର ପାଇ ଗୋଳନ୍ଥରା ପୋଲିସ ପହଞ୍ଚତ୍ ଅଭିଯୁକ୍ତ ଦ୍ୱୟଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା। ସେହିପରି ଘଟଣାସ୍ଥଳରୁ ରକ୍ତଭିଜା ଇଟା, ପୋଷାକ, ୩ଟି ଦାନ୍ତ ଜବତ କରି ଫରେନ୍‌ସିକ୍‌ ଯାଞ୍ଚ ପାଇଁ ପଠାଇଥିଲା। ପୀଡ଼ିତାଙ୍କ ଅଜା ଏନେଇ ଗୋଳନ୍ଥରା ଥାନାରେ ଏତଲା ଦେଇଥିଲେ। ପରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିବା ସହ ପୀଡ଼ିତାଙ୍କ ପରିବାରକୁ ଭେଟି ସୁରକ୍ଷା ଯୋଗାଇ ଦେବା ସହ ଆଶ୍ୱାସନା ଦେଇଥିଲେ। ପୋଲିସ ଘଟଣାର ତଦନ୍ତବେଳେ ପୀଡିତାଙ୍କ ମେଡିକାଲ ରିପୋର୍ଟକୁ ଆଧାର କରି ଏହା ଏକ ଗଣବଳାତ୍କାର ବୋଲି ସ୍ପଷ୍ଟ ହୋଇଥିଲା। ଏହି ଆଧାରରେ ରବିବାର ଅଭିଯୁକ୍ତ ଦ୍ୱୟଙ୍କୁ ପୋଲିସ କୋର୍ଟ ଚାଲାଣ କରିଥିବା ଏସ୍‌ଡିପିଓ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri