ଗଣବଳାତ୍କାର ପରେ ଇଟାରେ ଛେଚିଥିଲେ

ଗୋପାଳପୁର,୧ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଓ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ୨ ଅଭିଯୁକ୍ତଙ୍କୁ ରବିବାର ଗିରଫ କରିଛି। ସେମାନେ ହେଲେ ଋତୁ ବେହେରା (୩୦) ଓ ହେମନ୍ତ ବେହେରା (୨୬)। କେସ୍‌ ନଂ.୨୭/୨୧ରେ ସମ୍ପୃକ୍ତ ଅଭିଯୁକ୍ତ ଦ୍ୱୟଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଥିବା ତଦନ୍ତକାରୀ ଅଧିକାରୀ ସଦର ଏସ୍‌ଡିପିଓ ଜୟନ୍ତ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି।

ପୋଲିସ ସୂଚନା ଅନୁଯାୟୀ, ଗତ ୨୮ ତାରିଖ ପୂର୍ବାହ୍ନ ପ୍ରାୟ ୧୧ଟାବେଳେ ସମ୍ପୃକ୍ତା ନାବାଳିକା ଓ ତାଙ୍କ ସାନଭାଇ କଲୋନୀ ଶେଷମୁଣ୍ଡକୁ ଶୌଚ ପାଇଁ ଯାଉଥିଲେ। ଋତୁ ଓ ହେମନ୍ତ ତାଙ୍କୁ ପିଛା କରିଥିଲେ। ନିଛାଟିଆ ସ୍ଥାନରେ ସେମାନେ ନାବାଳିକାଙ୍କୁ ଉଠାଇ ନେଇ ନିକଟସ୍ଥ ପରିତ୍ୟକ୍ତ ଓଡିଆର୍‌ପି ଗୃହ ମଧ୍ୟରେ ଦୁହେଁ ବଳାତ୍କାର କରିଥିଲେ। ନାବାଳିକା ଚିତ୍କାର କରିବାରୁ ପାଖରେ ପଡ଼ିଥିବା ଏକ ଇଟାରେ ମୁଣ୍ଡ, ମୁହଁ ଓ କାନକୁ ଦୁର୍ବୃତ୍ତମାନେ ଛେଚି ହତ୍ୟା ଉଦ୍ୟମ କରିଥିଲେ। ଏହି ସମୟରେ ସାନଭାଇ ଗଁା ଭିତରକୁ ଯାଇ ଘଟଣା ସମ୍ପର୍କରେ ଲୋକଙ୍କୁ ଜଣାଇବାରୁ ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ମୁମୂର୍ଷୁ ଅବସ୍ଥାରେ ପଡିଥିବା ନାବାଳିକାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ବର୍ତ୍ତମାନ ତାଙ୍କ ଚିକିତ୍ସା ଚାଲିଛି। ଋତୁ ଓ ହେମନ୍ତ ଘଟଣା ଘଟାଇ ଖସିବାକୁ ଉଦ୍ୟମ କରୁଥିବା ବେଳେ ସ୍ଥାନୀୟ ଲୋକେ ଉଭୟଙ୍କୁ କାବୁ କରି ନିସ୍ତୁକ ମାଡ଼ ମାରିଥିଲେ। ଖବର ପାଇ ଗୋଳନ୍ଥରା ପୋଲିସ ପହଞ୍ଚତ୍ ଅଭିଯୁକ୍ତ ଦ୍ୱୟଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା। ସେହିପରି ଘଟଣାସ୍ଥଳରୁ ରକ୍ତଭିଜା ଇଟା, ପୋଷାକ, ୩ଟି ଦାନ୍ତ ଜବତ କରି ଫରେନ୍‌ସିକ୍‌ ଯାଞ୍ଚ ପାଇଁ ପଠାଇଥିଲା। ପୀଡ଼ିତାଙ୍କ ଅଜା ଏନେଇ ଗୋଳନ୍ଥରା ଥାନାରେ ଏତଲା ଦେଇଥିଲେ। ପରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିବା ସହ ପୀଡ଼ିତାଙ୍କ ପରିବାରକୁ ଭେଟି ସୁରକ୍ଷା ଯୋଗାଇ ଦେବା ସହ ଆଶ୍ୱାସନା ଦେଇଥିଲେ। ପୋଲିସ ଘଟଣାର ତଦନ୍ତବେଳେ ପୀଡିତାଙ୍କ ମେଡିକାଲ ରିପୋର୍ଟକୁ ଆଧାର କରି ଏହା ଏକ ଗଣବଳାତ୍କାର ବୋଲି ସ୍ପଷ୍ଟ ହୋଇଥିଲା। ଏହି ଆଧାରରେ ରବିବାର ଅଭିଯୁକ୍ତ ଦ୍ୱୟଙ୍କୁ ପୋଲିସ କୋର୍ଟ ଚାଲାଣ କରିଥିବା ଏସ୍‌ଡିପିଓ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri