ବେଳାଭୂମିରେ ଗଣବଳାତ୍କାର: ଛାତ୍ରୀଙ୍କୁ ଜଣକ ପରେ ଜଣେ ନାବାଳକ କରିଥିଲେ …

ବ୍ରହ୍ମପୁର, ୨୨।୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ଛାତ୍ରୀ ଗଣବଳାତ୍କାର ମାମଲାରେ ଗତ ୪ ଦିନ ଧରି କ୍ରାଇମବ୍ରାଞ୍ଚ ଟିମ୍‌ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି। ବ୍ରହ୍ମପୁର ମଣ୍ଡଳ କାରାଗାରରେ ଶୁକ୍ରବାର ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ପୀଡ଼ିତା ଓ ତାଙ୍କ ପୁରୁଷବନ୍ଧୁ ସମ୍ପୃକ୍ତ ୬ଅଭିଯୁକ୍ତଙ୍କୁ ଚିହ୍ନଟ କରିଥିଲେ। ଶନିବାର ବାଳ ସୁଧାର ଗୃହରେ ଥିବା ୪ଜଣ ନାବାଳକଙ୍କୁ ଟିଆଇ ପରେଡ୍‌ରେ ପୀଡ଼ିତା ଓ ତାଙ୍କ ପୁରୁଷବନ୍ଧୁ ଚିହ୍ନଟ ମଧ୍ୟ କରିଥିବା ଜଣାପଡ଼ିଛି। ଘଟଣାଟି ସମ୍ବେଦନଶୀଳ ହୋଇଥିବାରୁ ଏହାକୁ କ୍ରାଇମବ୍ରାଞ୍ଚ ଟିମ୍‌ ଗୁରୁତର ସହ ନେଇଛି। ଜେଲରେ ଥିବା ଅଭିଯୁକ୍ତଙ୍କୁ କିପରି ଜାମିନ ନ ମିଳିବ ସେନେଇ ଟିମ୍‌ ସରକାରୀ ଓକିଲଙ୍କ ସହ ଆଲୋଚନା କରୁଛି। ଅନ୍ୟପକ୍ଷରେ ନିର୍ଦ୍ଧାରିତ ସମୟ ପୂର୍ବରୁ କୋର୍ଟରେ ମାମଲାର ଚାର୍ଜଶିଟ୍‌ ଦାଖଲ ପାଇଁ ମଧ୍ୟ କ୍ରାଇମବ୍ରାଞ୍ଚ ଟିମ୍‌ ଏ ସମ୍ପର୍କିତ ସମସ୍ତ କାଗଜପତ୍ର ପ୍ରସ୍ତୁତ କରୁଛି।
ସୂଚନାଯୋଗ୍ୟ, ଗତ ୧୫ ତାରିଖ ଅପରାହ୍ନରେ ଜଣେ ଯୁକ୍ତ ୩ ଶେଷବର୍ଷ ଛାତ୍ରୀ ତାଙ୍କ ପୁରୁଷବନ୍ଧୁଙ୍କ ସହ ଗୋପାଳପୁର ବେଳାଭୂମିକୁ ବୁଲିବାକୁ ଯାଇଥିଲେ। ସନ୍ଧ୍ୟାରେ ସେମାନେ ଏକ ନିରୋଳା ସ୍ଥାନରେ ବସିଥିବାବେଳେ ୪ନାବାଳକଙ୍କ ସମେତ ୧୦ଜଣ ଯୁବକ ସେଠାରେ ପହଞ୍ଚତ୍ ପ୍ରଥମେ ଛାତ୍ରୀଙ୍କ ପୁରୁଷବନ୍ଧୁଙ୍କୁ ଆକ୍ରମଣକରି କାବୁ କରିଥିଲେ। ପରେ ସେଠାରେ ଛାତ୍ରୀଙ୍କୁ ଜଣକ ପରେ ଜଣେ ବଳାତ୍କାର କରିଥିଲେ। ଏନେଇ ଗୋପାଳପୁର ଥାନାରେ ଅଭିଯୋଗ ପରେ ପୋଲିସ ଉକ୍ତ ଘଟଣାରେ ସମ୍ପୃକ୍ତ ୬ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବାବେଳେ ୪ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଟ(ଜେଜେବି)ରେ ହାଜର କରିଥିଲା। ପରେ ସେମାନଙ୍କୁ ବାଳ ସୁଧାର ଗୃହକୁ ପଠାଇ ଦିଆଯାଇଥିଲା। ଏଭଳି ଏକ ଲଜ୍ଜାଜନକ ଘଟଣା ଏବେ ଜାତୀୟସ୍ତରରେ ମଧ୍ୟ ଚର୍ଚ୍ଚାର ବିଷୟ ହୋଇଛି। ଘଟଣାକୁ ସବୁ ମହଲରୁ ଦୃଢ଼ ନିନ୍ଦା କରାଯାଉଛି। ପୀଡ଼ିତା ଛାତ୍ରୀଙ୍କ ସୁରକ୍ଷା ସହ ତାଙ୍କର ଶିକ୍ଷା ଗ୍ରହଣରେ ଯେପରି ବାଧା ନ ହୁଏ ସେଥିପ୍ରତି କ୍ରାଇମବ୍ରାଞ୍ଚ ଦୃଷ୍ଟି ଦେବାକୁ ବିଭିନ୍ନ ମହଲରୁ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri