ଘରେ ଛାଡ଼ିଦେବେ କହି ଯୁବତୀଙ୍କୁ ଅଟୋରେ ନେଇଗଲେ: ୭ ଦିନ ଭଡ଼ାଘରେ ରଖି କଲେ ଗଣ ବଳାତ୍କାର, ପରେ…

ବାଲିଗୁଡ଼ା,୧୯ା୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣ ବଳାତ୍କାର କରାଯାଇଛି। ଯୁବତୀଙ୍କୁ ଅଟୋରେ ଘରକୁ ଛାଡ଼ି ଦେବାକୁ କହି ୩ଜଣ ସାଙ୍ଗ ୭ଦିନ ଏକ ଭଡ଼ାଘରେ ରଖି ଗଣ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତମାନଙ୍କୁ ରବିବାର ଗିରଫ କରିଛି। ଅଭିଯୁକ୍ତମାନଙ୍କ ଟିଆଇ ପରେଡ ହେବାକୁ ଥିବାରୁ ପୋଲିସ ସେମାନଙ୍କ ନାମ ପ୍ରକାଶ କରିନାହିଁ। ସେମାନେ ଯୁବତୀଙ୍କୁ ନେବା ପାଇଁ ବ୍ୟବହାର କରିଥିବା ଅଟୋ ଜବତ ହୋଇଛି। ଘଟଣାର ଅଧିକ ତଦନ୍ତ ଚାଲିଥିବା ସୋମବାର ବାଲିଗୁଡା ଏସ୍‌ଡିପିଓ ରମେନ୍ଦ୍ର ପ୍ରସାଦ ଓ ତଦନ୍ତ ଅଧିକାରୀ ଆଇଆଇସି ସମ୍ବିତ କୁମାର ସ୍ବାଇଁ ଖବରଦାତା ସମ୍ମିଳନୀରେ ଜଣାଇଛନ୍ତି।
ଘଟଣାରୁ ପ୍ରକାଶ ଯେ, ଗତ ୧୧ ତାରିଖ ପୂର୍ବାହ୍ନ ସାଢ଼େ ୧୧ଟାରେ ଯୁବତୀ ଜଣକ ଔଷଧ ଆଣିବା ପାଇଁ ବଜାରକୁ ଆସିଥିଲେ। ଘରକୁ ଫେରିବା ବେଳେ ସ୍ଥାନୀୟ ତ୍ରିବେଦୀ ପାର୍କ ସମ୍ମୁଖରୁ ଅଟୋ ଡ୍ରାଇଭର ତାଙ୍କୁ ଘରେ ଛାଡିଦେବା ପାଇଁ କହିଥିଲେ। ଯୁବତୀ ଜଣକ ଅଟୋରେ ବସିବା ପରେ ଡ୍ରାଇଭର ତାଙ୍କୁ ଘରେ ଛାଡିବା ପରିବର୍ତ୍ତେ ଏକ ଭଡାଘର ନିକଟକୁ ନେଇଥିଲେ। ଅଟୋରୁ ଯୁବତୀଙ୍କୁ ଜୋରଜବରଦସ୍ତ ଟାଣି ନେଇ ଉକ୍ତ ଘରେ ବନ୍ଦ କରିଦେଇଥିଲେ। ଏହାପରେ ଅଟୋଚାଳକ ସହ ୨ ସାଙ୍ଗ ମିଶି ତାଙ୍କୁ ବଳାତ୍କାର କରିଥିଲେ। ଯୁବତୀଙ୍କୁ ୭ ଦିନ ଭଡ଼ାଘରେ ରଖି ସେମାନେ ବଳାତ୍କାର କରିଥିଲେ। ଏ ନେଇ ସେ ଗତ ୧୭ ତାରିଖରେ ବାଲିଗୁଡା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ନଂ.୧୫୮/୨୫ରେ ଏକ ମାମଲା ରୁଜୁ କରି ୩ ଅଭିଯୁକ୍ତଙ୍କୁ ଏତଲାର ୨୪ ଘଣ୍ଟା ନ ପୁରୁଣୁ ଗିରଫ କରିବା ସହ ଡାକ୍ତର ମାଇନା କରାଯାଇଥିଲା। ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ମହିଳାଙ୍କ ଉପରେ କୌଣସି ଅତ୍ୟାଚାର ଖବର ଆସିଲେ କାହାରିକୁ ଛଡାଯିବ ନାହିଁ ବୋଲି ଏସଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri